Posted inଖେଳ

ମେଣ୍ଡିସଙ୍କ ଶତକ: ଦ୍ୱିତୀୟ ଟେଷ୍ଟ ଡ୍ର

ହରାରେ, ୧ା୨ (ଏଏଫ୍‌ପି)-ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ କୁସାଲ ମେଣ୍ଡିସ (୧୧୬*)ଙ୍କ ଅପରାଜିତ ଶତକ ଯୋଗୁ ଶ୍ରୀଲଙ୍କା ସ୍ଥାନୀୟ ହରାରେ ସ୍ପୋଟର୍‌ସ କ୍ଲବଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚକୁ ଡ୍ର ରଖିପାରିଛି। ଏହି ମ୍ୟାଚ ଜିତି ଦୁଇ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୧ ବରାବର ସ୍ଥିତିକୁ ଆଣିବା ଲାଗି ଘରୋଇ ଦଳର ପ୍ରୟାସ ବ୍ୟର୍ଥ ହୋଇଛି। ଏହି ଭେନ୍ୟୁରେ ଗତ ସପ୍ତାହରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ଶ୍ରୀଲଙ୍କା ୧୦ ଉଇକେଟରେ ବିଜୟ ଲାଭ କରିଥିଲା। ଫଳରେ ଭ୍ରମଣକାରୀ ଦଳ ସିରିଜକୁ ୧-୦ରେ ଜିତିନେଇଛି। ଶୁକ୍ରବାର ସକାଳେ ଜିମ୍ବାଓ୍ବେ ମାତ୍ର ଗୋଟିଏ ବଲ୍‌ ସାମ୍ନା କରିଥିଲା। ଅଧିନାୟକ ସିନ୍‌ ଓ୍ବିଲିୟମ୍ସ ଏକ ଛକା ମାରି ଅର୍ଦ୍ଧଶତକ ହାସଲ କରିବା ପରେ ଦଳ ଏହାର ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା। ୩୬୧ ରନର ବିଜୟ ଲକ୍ଷ୍ୟ ପିଛା କରିବାବେଳେ ଶ୍ରୀଲଙ୍କା ଦିମୁଥ କରୁଣାରତ୍ନେ, ଓସାଣ୍ଡା ଫର୍ନାଣ୍ଡୋ (୪୭) ଏବଂ ଆଞ୍ଜେଲୋ ମାଥ୍ୟୁସଙ୍କ ଉଇକେଟ ହରାଇଥିଲା। ମାତ୍ର ମେଣ୍ଡିସଙ୍କ ୭ମ ଟେଷ୍ଟ ଶତକ ଯୋଗୁ ଦଳ ମ୍ୟାଚ ଡ୍ର ରଖିବାରେ ସକ୍ଷମ ହୋଇଥିଲା। ମେଣ୍ଡିସ ତାଙ୍କ ୧୧୬ ରନର ଇନିଂସରେ ୨୩୩ ବଲ୍‌ ସାମ୍ନା କରିଥିଲେ। ସେ ୧୩ ଚୌକା ଓ ଗୋଟିଏ ଛକା ଲଗାଇଥିଲେ। ଶ୍ରୀଲଙ୍କା ଅନ୍ତିମ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇକେଟରେ ୨୦୪ ରନ କରିଥିଲା। ବିଜୟଠାରୁ ୧୫୭ ରନ ପଛରେ ରହିଯାଇଥିଲା।
ସଂକ୍ଷିପ୍ତ ସ୍କୋର
ଜିମ୍ବାଓ୍ବେ ପ୍ରଥମ ଇନିଂସ: ୪୦୬
ଶ୍ରୀଲଙ୍କା ପ୍ରଥମ ଇନିଂସ: ୨୯୩
ଜିମ୍ବାଓ୍ବେ ଦ୍ୱିତୀୟ ଇନିଂସ: ୨୪୭/୭, ଘୋଷଣା
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୨୦୪/୩


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri