ମେଣ୍ଢରାଜପୁର ବସ୍‌ ଦୁର୍ଘଟଣା ମାମଲା: ଓଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ

କଟକ ଅଫିସ, ୧୧ା୨- ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଢରାଜପୁର ଠାରେ ଗତ ରବିବାର ବସ୍‌ ଦୁର୍ଘଟଣାରେ ୧୦ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ ହୋଇଥିଲେ। ଏହି ଘଟଣାର ଉପଯୁକ୍ତ ତଦନ୍ତ ଓ ମୃତାହତଙ୍କୁ କ୍ଷତିପୂରଣ ପ୍ରଦାନ ଦାବିରେ ଆଇନଜୀବୀ ତଥା ମାନବାଧିକାର କର୍ମୀ ପ୍ରବୀର କୁମାର ଦାସ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ରେ ଏକ ପିଟିଶନ୍‌ ଦାଖଲ କରିଥିଲେ । ପରେ ଏହି ଘଟଣାରେ ହସ୍ତକ୍ଷେପ କରିଛନ୍ତି ଓଏଚ୍‌ଆର୍‌ସି। ଓଏଚ୍‌ଆର୍‌ସି ଅଧ୍ୟକ୍ଷ ଜଷ୍ଟିସ ବି.ପି. ଦାସ ଏବଂ ସଦସ୍ୟ ଅସୀମ ଅମିତାଭ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରତ୍ୟେକ ଆହତଙ୍କୁ ୨୫ ହଜାର ଟଙ୍କା କ୍ଷତିପୂରଣ ଏକ ସପ୍ତାହ ମଧ୍ୟରେ ପ୍ରଦାନ ସହ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ମେଡ଼ିକାଲ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶକ(ଡିଏମ୍‌ଇଟି)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ରବିବାର ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ଡଗରା ବେଳାଭୂମିକୁ ଯାଉଥିବା ଏକ ବସ୍‌ ମଧ୍ୟ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲା। ହେଲେ ବସ୍‌ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଡଧରଣର ଅଘଟଣ ଘଟି ନ ଥିଲା। ଉଭୟ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ସାଉଥ୍‌କୋ ଏବଂ ନେସ୍କୋ କର୍ତ୍ତୃପକ୍ଷ, ରାଜ୍ୟ ଶକ୍ତି ବିଭାଗ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ସଚିବଙ୍କୁ ଓଏଚ୍‌ଆର୍‌ସି ରିପୋର୍ଟ ତଲବ କରିଛନ୍ତି। ମାନବାଧିକାର କର୍ମୀ ଦାସଙ୍କ ପିଟିଶନ୍‌କୁ ବିଚାରକୁ ନେଇ ମଙ୍ଗଳବାର ଓଏଚ୍‌ଆର୍‌ସିଙ୍କ ପକ୍ଷରୁ ଉପରୋକ୍ତ ନିର୍ଦ୍ଦେଶ ଦିଆଯାଇଛି। ଅପରପକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରତି ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା ଓ ଆହତ ଯାତ୍ରୀଙ୍କ ମାଗଣା ଚିକିତ୍ସା ବ୍ୟବସ୍ଥାକୁ ଓଏଚ୍‌ଆର୍‌ସି ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri