Posted inଫୁରସତ

ମେଣ୍ଢାଙ୍କୁ ଜଗୁଛି ରୋବୋ

ନୂଆଦିଲ୍ଲୀ: ଚାଷକାମରେ ଆଜିକାଲି ରୋବୋ ସବୁକିଛି କରିପାରୁଛି। ଏମିତିକି ରୋବୋ ବି ମେଣ୍ଢାପଲଙ୍କୁ ନେଇ ଚରାଇ ପୁଣି ଥରେ ଘରକୁ ଫେରାଇ ଆଣିପାରେ। ଏମିତି ଏକ କାମ କରୁଥିବା ଏକ ରୋବୋର ଭିଡ଼ିଓ ଏବେ ଭାଇରାଲ୍‌ ହୋଇଛି। ରୋବୋଟି ସୁନ୍ଦରଭାବରେ ଏକ ମେଣ୍ଢା ପଲକୁ ନେଇ ବାହାରେ ଚରାଇ ପୁଣି ଥରେ ଶୃଙ୍ଖଳିତଭାବେ ଘରକୁ ଫେରାଇ ଆଣି ପାରୁଛି।
ରୋବୋ ଏପରି କାମ କରୁଥିବାର ଭିଡ଼ିଓଟିକୁ ଟେକ୍ନୋଲୋଜି କମ୍ପାନୀ ରୋକୋସ୍‌ ତାର ୟୁଟ୍ୟୁବ୍‌ ପେଜ୍‌ରେ ଶେୟାର କରିଛି। ଏହି ରୋବୋଟିକୁ ତିଆରି କରିଛି ବୋଷ୍ଟନ ଡାଇନାମିକ୍‌ କମ୍ପାନୀ। ଏହି କମ୍ପାନୀ କୃଷି କ୍ଷେତ୍ରରେ ବ୍ୟବହାର କରିବା ନିମନ୍ତେ ବହୁ ପ୍ରକାରର ଆଧୁନିକ ଯନ୍ତ୍ରପାତି ଓ ରୋବୋ ତିଆରି କରିଛି। କମ୍ପାନୀର ଏହି ନୂଆ ରୋବୋଟି ବିଭିନ୍ନ ପ୍ରକାରର କୃଷି କାମକୁ ସହଜରେ କରିପାରୁଥିବାରୁ କୃଷି ଶ୍ରମିକଙ୍କ ସଂଖ୍ୟା ବହୁତ କମ୍‌ ହୋଇଯାଇଥାଏ। ଅଧିକାଂଶ ଦେଶ ଏବେ କୃଷି କ୍ଷେତ୍ରରେ ରୋବୋ ବ୍ୟବହାର କରି କାମକୁ ସହଜ କରିବା ସହିତ ଅଧିକ ଉତ୍ପାଦନ କରିପାରୁଛନ୍ତି। ତେଣୁ ଚାଷୀମାନେ ଏବେ ରୋବୋ ବ୍ୟବହାର କରି ଅଧିକ ଉତ୍ପାଦନ କରିବାକୁ ସକ୍ଷମ ହେଉଛନ୍ତି। ଏବେ ସୋସିଆଲ୍‌ ମିଡିଆରେ ଏହି ରୋବୋକୁ ଦେଖି ଲୋକେ ସୁନ୍ଦର କମେଣ୍ଟମାନ ଦେବାରେ ଲାଗିଛନ୍ତି। ଭିଜୁଆଲ୍‌ଟି ଶେୟାର କରାଯିବାର ମାତ୍ର କେଇଟା ଦିନ ପରେ ଏହାକୁ ପ୍ରାୟ ୪ ଲକ୍ଷ ଲୋକ ଦେଖି ସାରିଲେଣି ଏବଂ ହଜାର ହଜାର କମେଣ୍ଟ ମିଳିଛି। ରୋବୋର ଏପରି କାମ ଦେଖି କିଛିଲୋକ ଏହାକୁ ସେନାରେ ନିୟୋଜିତ କରିବା ପାଇଁ ପ୍ରସ୍ତାବ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri