ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ୨୦୧୯-୨୦ ବର୍ଷ ପାଇଁ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ-୨ର ୧୦ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରି ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି। ତେବେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୧୫ହଜାର ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କରାଯିବ। ଏଥିରେ ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରୀଛାତ୍ର ୫,୫୦୯ଜଣ ଏବଂ ସାଧାରଣ ବର୍ଗର ୯୪୯୧ଜଣ ଛାତ୍ରୀଛାତ୍ର ଅଛନ୍ତି ବୋଲି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ସୂଚନା ଦେଇଛନ୍ତି।

ପ୍ରକାଶଯୋଗ୍ୟ, ୨୦୧୩ରୁ ବିଜୁ ସଶକ୍ତିକରଣ ଯୋଜନାରେ ଯୁକ୍ତ ୨ର ମେଧାବୀ ଛାତ୍ରୀଛାତ୍ରଙ୍କୁ ମାଗଣାରେ ଲାପ୍‌ଟପ୍‌ ବଣ୍ଟନ କରାଯାଉଛି। ଏବେ ସୁଦ୍ଧା ୯୦,୨୦୩ଜଣଙ୍କୁ ଲାପ୍‌ଟପ୍‌ ପ୍ରଦାନ କରାଯାଇଛି। ଚଳିତ ବର୍ଷ ଚୟନ ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ କରାଯାଇଥିଲା। ରାଜ୍ୟସ୍ତରୀୟ ମେଧା ତାଲିକା ପରିବର୍ତ୍ତେ ଜିଲାସ୍ତରୀୟ ମେଧା ତାଲିକା ପ୍ରସ୍ତୁତ କରାଯାଇଛି।

କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?