ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ

କୋଣାର୍କ, ୮ା୧୨(ଡି.ଏନ୍‌.ଏ.)

ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶନିବାର ପୂର୍ବାହ୍ନରେ ପର୍ଯ୍ୟଟନ ବିଭାଗ ସଚିବ ବିଶାଲ କୁମାର ଦେବ ଉତ୍ସବ ଆୟୋଜନ ହେଉଥିବା କ୍ଷେତ୍ର ପରିଦର୍ଶନ କରିବା ସହ କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଥିଲେ।
ପ୍ରାକୃତିକ ପରିବେଶ ଓ ସୌନ୍ଦର୍ଯ୍ୟଭରା ବେଳାଭୂମି କୂଳରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବ ନିମନ୍ତେ ୫୦ଗୋଟି ଟେଣ୍ଟ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବାବେଳେ ବିଦ୍ୟୁତ୍‌, ପାନୀୟ ଜଳ, ପରିମଳ ଓ ରାସ୍ତା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସଚିବ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନାକରି ୧୦ତାରିଖ ସୁଦ୍ଧା ସମସ୍ତ କାର୍ଯ୍ୟ ଶେଷକରି ପର୍ଯ୍ୟଟନ ବିଭାଗକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ୧୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ବେଳାଭୂମିରେ ନିର୍ମିତ ତମ୍ବୁରେ ରହିବା ପାଇଁ ଅଗ୍ରିମ ଟିକେଟ କରିଛନ୍ତି। ଏହାର ପ୍ରଚାର ପ୍ରସାର ପାଇଁ ବିଭାଗ ପକ୍ଷରୁ ଜୋର୍‌ଦାର ଉଦ୍ୟମ କରାଯାଉଥିବା ସଚିବ ଗସ୍ତ ଅବସରରେ କହିଛନ୍ତି। ଏହି ଉତ୍ସବ ଆୟୋଜନ ଫଳରେ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ହେବା ସହ କୋଣାର୍କକୁ ସବୁଦିନିଆ ପର୍ଯ୍ୟଟନ ସହରରେ ପରିଣତ କରାଯିବ। ଉତ୍ସବର ଅବଧି ଏକମାସ ଥିବାବେଳେ ଏହାକୁ ଆଉ ୧୫ଦିନ ବୃଦ୍ଧି କରାଯାଇଥିବା ସଚିବ କହିଛନ୍ତି। ଏହି ଗସ୍ତ ସମୟରେ ପର୍ଯ୍ୟଟନ ବିଭାଗର ବରିଷ୍ଠ ଅଧିକାରୀ ରତିକାନ୍ତ ପଟ୍ଟନାୟକ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ପର୍ଯ୍ୟଟନ ବିଭାଗର ପ୍ରକଳ୍ପ ତଦାରଖ ଅଧିକାରୀ ମିତ୍ରଭାନୁ ଚୌଧୁରୀ ଓ ନହର ମହମ୍ମଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପରେ ବି ବଦଳିନି ଭାଗ୍ୟ: ଗୁଡ଼ାରିରେ ପୋଲ ନଥିବାରୁ ନାଳରେ ବୁହାହେଲେ ରୋଗୀ

ଗୁଡ଼ାରି, ୨୭।୧୦ (ପ୍ରମୋଦ କୁମାର ପତି): ଆଜିର ଆଧୁନିକ ଯୁଗରେ ବି ଗାଁକୁ ରାସ୍ତା ଓ ପୋଲ ନଥିବାରୁ ଜରୁରୀ ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ। ରାୟଗଡ଼ା…

ନଭେମ୍ୱରରେ ଏହି ୪ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ; ମିଳିବ ପ୍ରଚୁର ଧନ, ନୂଆ ଚାକିରିର ଅଫର୍‌

ନଭେମ୍ୱର ମାସର ଆରମ୍ଭରେ ବୃହସ୍ପତି ସିଂହ ରାଶିରେ ବିରାଜମାନ ରହିବେ। ଏହା ସହିତ ଶୁକ୍ର ବକ୍ରୀ ହୋଇ କନ୍ୟା ରାଶିକୁ ଗୋଚର କରିବା ଏବଂ ବୁଧ ତୁଳା…

ଥାନା CUG ନମ୍ବର ଲୁଚାଇଲେ ହେବ କାର୍ଯ୍ୟାନୁଷ୍ଠାନ! ସାର୍ବଜନୀନ କରିବାକୁ ପୋଲିସ୍ HQରୁ କଡ଼ା ନିର୍ଦ୍ଦେଶ

କଟକ ସଦର, ୨୭/୧୦ (ସୁଶାନ୍ତ କୁମାର ଜେନା): ରାଜ୍ୟର ବିଭିନ୍ନ ଥାନାରେ ଥିବା BSNL ଲ୍ୟାଣ୍ଡଫୋନ୍ ଲାଇନ୍‌ଗୁଡ଼ିକ ଅଚଳ ହୋଇପଡ଼ିଥିବାରୁ, ଜରୁରୀ ସେବା ଓ ପୋଲିସ୍ ସହାୟତା…

ବଡ଼ ଖବର: କାଲି ନୁହେଁ ଆଜି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା, ହଠାତ୍‌ ବଦଳିଲା ସମୟ

ଭୁବନେଶ୍ୱର, ୨୭।୧୦: କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି…

କୋଟିଆ ମାଟିରେ ତାତିଲେ ତାରା, ଗର୍ଜିଲେ ଭକ୍ତ: ଆନ୍ଧ୍ର ପୋଲିସ୍ ତୁରନ୍ତ ସ୍ଥାନ ଛାଡ଼, ଏହା କାହାର ପୈତୃକ ସମ୍ପତ୍ତି ନୁହେଁ…

ପଟ୍ଟାଙ୍ଗି, ୨୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନରୁ ଲାଗିରହିଥିବା ସୀମା ବିବାଦକୁ ନେଇ ସ୍ଥିତି ପୁଣି ସଙ୍ଗୀନ…

ଦ୍ବୀପରେ ଅଟକି ରହିଥିଲେ କଙ୍କଡ଼ା ଧରାଳି, ଉଦ୍ଧାର ହୋଇ ଆସିଲେ

ମହାକାଳପଡ଼ା,୨୭।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଶବରପଡ଼ାର ୨୦ଜଣ କଙ୍କଡ଼ା ଧରାଳି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ହୁକିଟୋଲା ଅନତୀ ଦୂରରେ ଥିବା…

ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ଚଳାଚଳ କରୁଥିବା ସମସ୍ତ ଘରୋଇ ବସ୍‌ ସେବାକୁ ସାମୟିକ ଭାବେ…

Featured Video Play Icon

ଅର୍ଣ୍ଣବ ପ୍ରକୋପ: ଭୟଙ୍କର ଦେଖାଗଲା ସମୁଦ୍ର! ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ଆଗକୁ ବଢୁଥିବା ବାତ୍ୟା ଅର୍ଣ୍ଣବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?