ମେରାମଣ୍ଡଳୀ ଅଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ: ଜରୁରୀ ସେବା ବାଧାପ୍ରାପ୍ତ, ତାତିଲେ ଜନତା

ଢେଙ୍କାନାଳ ଅଫିସ, ୩ା୭ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ମେରାମଣ୍ଡଳୀ ସବ୍‌ଷ୍ଟେଶନ ଅଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ ସୀମା ଟପିଲାଣି। ବାରମ୍ବାର ବିଦ୍ୟୁତ୍‌ କାଟ୍‌ ଯୋଗୁ ଜରୁରୀ ସେବା ବାଧାପ୍ରାପ୍ତ ହେଉଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ବିଭାଗୀୟ ଅଧିକାରୀ, ସ୍ଥାନୀୟ ପ୍ରଶାସନ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନେଉ ନ ଥିବାରୁ ଉପଭୋକ୍ତାମାନେ ଆନ୍ଦୋଳନକୁ ଓହ୍ଲାଇବାକୁ ସଜବାଜ ହେଉଛନ୍ତି।
ତାଳଚେର ଚାଇଁପାଳସ୍ଥିତ ପାଓ୍ବାର ଗ୍ରୀଡ୍‌ରୁ ବଅଁରପାଳ ଦେଇ ମେରାମଣ୍ଡଳୀ ସବ୍‌ଷ୍ଟେଶନକୁ ବିଦ୍ୟୁତ୍‌ ଯୋଗାଣ ହେଉଛି। ଏହି ସବ୍‌ଷ୍ଟେଶନ ଅଧୀନରେ କମଳାଙ୍ଗ, ମଙ୍ଗଳପୁର, କୁଶୁପଙ୍ଗା, ଖଡଗ୍‌ପ୍ରସାଦ, ମୋଟଙ୍ଗା, ବିଡୋ, ଶିବପୁର, ଗାଲପଡା, କନ୍ତିମିଲି, କଡଲା, ପାଇକ ପୁରୁଣାକୋଟ, ନୂଆଗାଁ, ସଞ୍ଜପଡା ଆଦି ୧୩ ପଞ୍ଚାୟତର ଉପଭୋକ୍ତା ରହିଛନ୍ତି। ଲଗାତର ବିଦ୍ୟୁତ୍‌କାଟ ଯୋଗୁ ପାନୀୟ ଜଳଯୋଗାଣ, ଡାକ୍ତରଖାନା, ବ୍ୟାଙ୍କ, ଶିକ୍ଷାନୁଷ୍ଠାନ, ଥାନାରେ ଜରୁରୀ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି।
ଅଞ୍ଚଳରେ ହାତୀ ଉପଦ୍ରବ ସାଙ୍ଗକୁ ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ ସମସ୍ୟାକୁ ବହୁଗୁଣିତ କରିଦେଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଅଞ୍ଚଳବାସୀ ମେରାମଣ୍ଡଳୀ ସବ୍‌ଷ୍ଟେଶନରେ ପ୍ରତିବାଦ କରିଥିଲେ। କନିଷ୍ଠ ଯନ୍ତ୍ରୀ ଅନୁପସ୍ଥିତ ଥିବା ଜାଣିବା ପରେ ସେମାନେ ମୋଟଙ୍ଗା ଥାନା ଘେରାଉ କରିଥିଲେ। ଥାନାଧିକାରୀ ନମିତା ନାୟକଙ୍କ ଉପସ୍ଥିତିରେ କନିଷ୍ଠ ଯନ୍ତ୍ରୀଙ୍କୁ ଡକାଯାଇ ଏ ନେଇ ଆଲୋଚନା କରାଯାଇଛି। ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ନେବାକୁ ଏନ୍‌ଜେନ୍‌, ସେସୁ ଅଧିକାରୀଙ୍କ ସମେତ ମୋଟଙ୍ଗା, କଣ୍ଟାବଣିଆ ଥାନାଧିକାରୀଙ୍କୁ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri