Posted inଖେଳ

ମେସିଙ୍କ ଗୋଲରେ ବ୍ରାଜିଲକୁ ହରାଇଲା ଆର୍ଜେଣ୍ଟିନା

ରିୟାଦ,୧୬।୧୧- ଅନ୍ତର୍ଜାତୀୟ ବାସନ୍ଦାଦେଶ ପରେ ଫେରିଥିବା ଲିଓନେଲ ମେସିଙ୍କ ଗୋଲ ଯୋଗୁ ୧-୦ ଗୋଲରେ ବ୍ରାଜିଲକୁ ସୌଦି ଆରବରେ ହରାଇ ଦେଇଛି। ଦକ୍ଷିଣ ଆମେରିକା ଫୁଟ୍‌ବଲ କନଫେଡେରେଶନକୁ ଦୁର୍ନୀତି ଗ୍ରସ୍ତ କହି ବାର୍ସିଲୋନା ଷ୍ଟ୍ରାଇକର ୪ ଅନ୍ତର୍ଜାତୀୟ ମ୍ୟାଚ୍‌ରୁ ବାସନ୍ଦ ହୋଇଥିଲେ। ତାଙ୍କ ଗୋଲ ଯୋଗୁ ସୁପର କ୍ଲାସିକୋ ଅଭିହିତ ହେଉଥିବା ମ୍ୟାଚ୍‌କୁ ଜିତି ନେଇଛି ଆର୍ଜେଣ୍ଟିନା। ଅନ୍ତିମ ଥର ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ବ୍ରାଜିଲ ଓ ଆର୍ଜେଣ୍ଟିନା କୋପା ଆମେରିକା ସେମିଫାଇନାଲରେ ପରସ୍ପରକୁ ଭେଟିଥିଲେ। ବ୍ରାଜିଲ ୨-୦ ଗୋଲରେ ମ୍ୟାଚ୍‌ ଜିତି ଫାଇନାଲରେ ପ୍ରବେଶ କରିଥିଲା।
ମ୍ୟାଚ୍‌ର ୯ମ ମିନିଟ୍‌ରେ ବ୍ରାଜିଲ ନିକଟରେ ଖାତା ଖୋଲିବାର ସୁବର୍ଣ୍ଣ ସୁଯୋଗ ଥିଲା। ମିଳିଥିବା ପେନାଲ୍ଟି କିକ୍‌କୁ ଗାବ୍ରିଏଲ ଜିସସ ହାତଛଡ଼ା କରିଥିଲେ। ଏହାର ୫ ମିନିଟ୍‌ ପରେ ଆର୍ଜେଣ୍ଟିନା ମଧ୍ୟ ପେନାଲ୍ଟି ହାତେଇଥିଲା। କିନ୍ତୁ ମେସିଙ୍କ ଉଦ୍ୟମକୁ ବ୍ରାଜିଲିଆନ ଗୋଲକିପର ଆଲିସନ ବେକାର କରି ଦେଇଥିଲେ। ତୁରନ୍ତ ବାର୍ସିଲୋନା ଷ୍ଟ୍ରାଇକର ଏକ ଫିଲ୍ଡ ଗୋଲ ଦେଇ ଆର୍ଜେଣ୍ଟିନାକୁ ୧-୦ ଗୋଲର ଅଗ୍ରଣୀ ଆଣି ଦେଇଥିଲେ। ଦଳୀୟ ଅଗ୍ରଣୀ ବ୍ୟବଧାନକୁ ଦୁଇ ଗୁଣ କରିବା ପାଇଁ ମେସି ପାଇଥିବା ଦୁଇଟି ସୁଯୋଗର ଫାଇଦା ଉଠାଇ ପାରି ନ ଥିଲେ। ପିଏସ୍‌ଜି ଷ୍ଟ୍ରାଇକର ନେମାରଙ୍କ ବିନା ଖେଳୁଥିବା ବ୍ରାଜିଲ ପ୍ରତିପକ୍ଷ ଗୋଲପୋଷ୍ଟ ଉପରେ ଖୁବ୍‌ କମ୍‌ ଆକ୍ରମଣ କରିଥିଲା। ଦଳ ୪୧ ଫାଉଲ ଓ ଖେଳାଳିଙ୍କୁ ୬ଟି ହଳଦିଆ କାର୍ଡ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri