Posted inଖେଳ

ମେସିଙ୍କ ୩୪ତମ ହ୍ୟାଟ୍ରିକ

ବାର୍ସିଲୋନା,୧୦।୧୧- ବାର୍ସିଲୋନା ସୁପରଷ୍ଟାର ଲିଓନେଲ ମେସିଙ୍କ ହ୍ୟାଟ୍ରିକ ବଳରେ ରବିବାର ବାର୍ସିଲୋନା ୪-୧ ସେଲ୍‌ଟା ଭିଗୋକୁ ହରାଇ ଦେଇଛି। ମେସିଙ୍କ ଲା ଲିଗା ଲିଗ କ୍ୟାରିୟରର ଏହା ୩୪ତମ ହ୍ୟାଟ୍ରିକ। ଏଥିସହିତ ସେ ନିଜର ଚିରପ୍ରତିଦ୍ୱନ୍ଦ୍ୱୀ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ସମକକ୍ଷ ହୋଇଛନ୍ତି। ପୂର୍ବତନ ରିଅଲ ମାଡ୍ରିଡ୍‌ ଖେଳାଳିଙ୍କ ନାମରେ କ୍ଲବ ସ୍ତରରେ ସମାନ ସଂଖ୍ୟକ ହ୍ୟାଟ୍ରିକ ଗୋଲ ରହିଛି। ମ୍ୟାଚ୍‌ର ୨୩ତମ ମିନିଟ୍‌ରେ ପ୍ରଥମ ଗୋଲ ଦେଇଥିବା ମେସି ୪୫+୧ ଓ ୪୮ ତମ ମିନିଟ୍‌ରେ କ୍ରମାଗତ ଦୁଇଟି ଗୋଲ ହ୍ୟାଟ୍ରିକ ପୂରଣ କରିଥିଲେ। ସେର୍ଗିଓ ବାସକ୍ୟୁଟ୍ସ ଚତୁର୍ଥ ଗୋଲ ଦେଇଥିଲେ। ପରାଜୟ ପରେ ପ୍ରତିପକ୍ଷ ଦଳର କୋଚ୍‌ ଓସ୍କାର ଗାର୍ସିଆ କହିଛନ୍ତି, କେହି ମେସିଙ୍କୁ ନିୟନ୍ତ୍ରଣ କରିପାରିବେ ନାହିଁ। ତାଙ୍କ ବିନା ଫଳାଫଳ ଭିନ୍ନ ହୋଇଥାନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri