Posted inଜାତୀୟ

ମେହବୁବା, ଓମାର ଗୃହବନ୍ଦୀ

ଶ୍ରୀନଗର,୫ା୮: ରାଷ୍ଟ୍ରପତି ଶାସନ ଜାରି ହୋଇଥିବା ଜମ୍ମୁ-କଶ୍ମୀରରେ କେନ୍ଦ୍ର ସରକାର ଓ ରାଜ୍ୟର ରାଜନୈତିକ ଦଳଗୁଡ଼ିକ ମୁହାଁମୁହିଁ ଅବସ୍ଥାରେ ପହଞ୍ଚତ୍ଛନ୍ତି। ଶ୍ରୀନଗରରେ ସର୍ବଦଳୀୟ ବୈଠକରେ ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦ ଉଦ୍ୟମ ବିରୋଧରେ ଲଢ଼େଇ କରିବାକୁ ପ୍ରସ୍ତାବ ଗୃହୀତ ହେବାର କିଛି ସମୟ ପରେ ନ୍ୟାଶନାଲ୍‌ କନ୍‌ଫରେନ୍ସ ନେତା ଓମାର ଅବଦୁଲ୍ଲା, ପିଡିପି ଅଧ୍ୟକ୍ଷା ମେହବୁବା ମୁଫ୍‌ତି ଏବଂ ପିପୁଲ୍ସ କନଫରେନ୍ସ ଅଧ୍ୟକ୍ଷ ସଜ୍ଜାଦ ଲୋନ୍‌ଙ୍କୁ ରବିବାର ବିଳମ୍ବିତ ରାତିରେ ଗୃହବନ୍ଦୀ କରାଯାଇଛି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଥିବାବେଳେ ମଧ୍ୟରାତ୍ରରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଶ୍ରୀନଗରରେ ୧୪୪ ଧାରା ଜାରି କରାଯାଇଛି। ଏଥିସହ ସମସ୍ତ ଶିକ୍ଷାନୁଷ୍ଠାନ, ମୋବାଇଲ ଓ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ରାଜ୍ୟପାଳ ସତ୍ୟପାଲ ମଲିକ୍‌ଙ୍କ ଘରେ ବସିଥିବା ଜରୁରୀ ବୈଠକରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଏସ୍‌.ପି. ବୈଦଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଓମାର ଏହାର ନିନ୍ଦା କରିବା ସହ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ କଶ୍ମୀରବାସୀଙ୍କୁ ଅନୁରୋଧ କରିଛନ୍ତି। ସେହିପରି ମେହବୁବା କହିଛନ୍ତି, ଆସନ୍ତାକାଲି କ’ଣ ହେବ ତାହା ଆଲ୍ଲାଙ୍କୁ ଜଣା। ଶାନ୍ତି ପାଇଁ ପ୍ରୟାସ କରୁଥିବା ଆମଭଳି ନିର୍ବାଚିତ ପ୍ରତିନିଧିମାନଙ୍କୁ ଗୃହବନ୍ଦୀ କରାଯିବା ଦୁର୍ଭାଗ୍ୟଜନକ।

ହୋଇପାରେ ବଡ଼ ନିଷ୍ପତ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ସକାଳେ କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାର ଅଛି। ଏଥିରେ ଜମ୍ମୁ-କଶ୍ମୀର ସ୍ଥିତି ସମ୍ପର୍କରେ ଆଲୋଚନା କରାଯିବାର କାର୍ଯ୍ୟକ୍ରମ ରହିଛି। କିଛି ଗୋଟେ ବଡ଼ ପଦକ୍ଷେପ ସମ୍ପର୍କରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ସାଧାରଣତଃ ସପ୍ତାହର ବୁଧବାର କ୍ୟାବିନେଟ ବୈଠକ ବସିଥାଏ। ସୋମବାର ଏହି ବୈଠକ ହଠାତ୍‌ ହେବାକୁ ଯାଉଥିବାରୁ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଉଛି। ଜମ୍ମୁ-କଶ୍ମୀରକୁ ଅତିରିକ୍ତ କେନ୍ଦ୍ରୀୟ ସୁରକ୍ଷା ବଳ ପଠାଯିବା, ଅମରନାଥ ଯାତ୍ରୀଙ୍କୁ ତୁରନ୍ତ ଫେରିଆସିବା ଲାଗି ନିର୍ଦ୍ଦେଶ ଦିଆଯିବା, ସୀମାରେ ପାକିସ୍ତାନୀ ଆତଙ୍କବାଦୀଙ୍କ ଆକ୍ରମଣ ଆଶଙ୍କା, ଇସଲାମାବାଦର ହାବଭାବକୁ ନେଇ କିଛି ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri