Posted inଜାତୀୟ

ମେହବୁବା, ଓମାର ଗୃହବନ୍ଦୀ

ଶ୍ରୀନଗର,୫ା୮: ରାଷ୍ଟ୍ରପତି ଶାସନ ଜାରି ହୋଇଥିବା ଜମ୍ମୁ-କଶ୍ମୀରରେ କେନ୍ଦ୍ର ସରକାର ଓ ରାଜ୍ୟର ରାଜନୈତିକ ଦଳଗୁଡ଼ିକ ମୁହାଁମୁହିଁ ଅବସ୍ଥାରେ ପହଞ୍ଚତ୍ଛନ୍ତି। ଶ୍ରୀନଗରରେ ସର୍ବଦଳୀୟ ବୈଠକରେ ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦ ଉଦ୍ୟମ ବିରୋଧରେ ଲଢ଼େଇ କରିବାକୁ ପ୍ରସ୍ତାବ ଗୃହୀତ ହେବାର କିଛି ସମୟ ପରେ ନ୍ୟାଶନାଲ୍‌ କନ୍‌ଫରେନ୍ସ ନେତା ଓମାର ଅବଦୁଲ୍ଲା, ପିଡିପି ଅଧ୍ୟକ୍ଷା ମେହବୁବା ମୁଫ୍‌ତି ଏବଂ ପିପୁଲ୍ସ କନଫରେନ୍ସ ଅଧ୍ୟକ୍ଷ ସଜ୍ଜାଦ ଲୋନ୍‌ଙ୍କୁ ରବିବାର ବିଳମ୍ବିତ ରାତିରେ ଗୃହବନ୍ଦୀ କରାଯାଇଛି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଥିବାବେଳେ ମଧ୍ୟରାତ୍ରରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଶ୍ରୀନଗରରେ ୧୪୪ ଧାରା ଜାରି କରାଯାଇଛି। ଏଥିସହ ସମସ୍ତ ଶିକ୍ଷାନୁଷ୍ଠାନ, ମୋବାଇଲ ଓ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ରାଜ୍ୟପାଳ ସତ୍ୟପାଲ ମଲିକ୍‌ଙ୍କ ଘରେ ବସିଥିବା ଜରୁରୀ ବୈଠକରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଏସ୍‌.ପି. ବୈଦଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଓମାର ଏହାର ନିନ୍ଦା କରିବା ସହ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ କଶ୍ମୀରବାସୀଙ୍କୁ ଅନୁରୋଧ କରିଛନ୍ତି। ସେହିପରି ମେହବୁବା କହିଛନ୍ତି, ଆସନ୍ତାକାଲି କ’ଣ ହେବ ତାହା ଆଲ୍ଲାଙ୍କୁ ଜଣା। ଶାନ୍ତି ପାଇଁ ପ୍ରୟାସ କରୁଥିବା ଆମଭଳି ନିର୍ବାଚିତ ପ୍ରତିନିଧିମାନଙ୍କୁ ଗୃହବନ୍ଦୀ କରାଯିବା ଦୁର୍ଭାଗ୍ୟଜନକ।

ହୋଇପାରେ ବଡ଼ ନିଷ୍ପତ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ସକାଳେ କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାର ଅଛି। ଏଥିରେ ଜମ୍ମୁ-କଶ୍ମୀର ସ୍ଥିତି ସମ୍ପର୍କରେ ଆଲୋଚନା କରାଯିବାର କାର୍ଯ୍ୟକ୍ରମ ରହିଛି। କିଛି ଗୋଟେ ବଡ଼ ପଦକ୍ଷେପ ସମ୍ପର୍କରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ସାଧାରଣତଃ ସପ୍ତାହର ବୁଧବାର କ୍ୟାବିନେଟ ବୈଠକ ବସିଥାଏ। ସୋମବାର ଏହି ବୈଠକ ହଠାତ୍‌ ହେବାକୁ ଯାଉଥିବାରୁ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଉଛି। ଜମ୍ମୁ-କଶ୍ମୀରକୁ ଅତିରିକ୍ତ କେନ୍ଦ୍ରୀୟ ସୁରକ୍ଷା ବଳ ପଠାଯିବା, ଅମରନାଥ ଯାତ୍ରୀଙ୍କୁ ତୁରନ୍ତ ଫେରିଆସିବା ଲାଗି ନିର୍ଦ୍ଦେଶ ଦିଆଯିବା, ସୀମାରେ ପାକିସ୍ତାନୀ ଆତଙ୍କବାଦୀଙ୍କ ଆକ୍ରମଣ ଆଶଙ୍କା, ଇସଲାମାବାଦର ହାବଭାବକୁ ନେଇ କିଛି ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri