ମେ’୩ରୁ ୬ ମଧ୍ୟରେ କୋଟାରୁ ଫେରିବେ ବିହାର ଛାତ୍ରୀଛାତ୍ର

ପାଟନା,୨।୫: ରାଜସ୍ଥାନର କୋଟାରେ କୋଚିଂ ପାଇଁ ଯାଇଥିବା ବିହାରର ଛାତ୍ରୀଛାତ୍ରଙ୍କ ଘରକୁ ଫେରିବା ଇଛା ଶେଷରେ ପୂରଣ ହୋଇଛି। ମେ’ ୩ରୁ ୬ ମଧ୍ୟରେ କୋଟାରେ ଥିବା ବିହାରର ସମସ୍ତ ଛାତ୍ରୀଛାତ୍ରଙ୍କୁ ଘରକୁ ପଠାଯିବ। ଏନେଇ କୋଟାର ଜିଲା ପ୍ରଶାସନ ସମସ୍ତ ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ମୋବାଇଲରେ ମେସେଜ୍‌ ପଠାଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବିହାର ଓ ରାଜସ୍ଥାନ ୨ ରାଜ୍ୟର ଆପୋଷ ବୁଝାମଣା ଓ ସମନ୍ବୟରେ କୋଟା ଓ ଜୟପୁରରୁ ବିହାର ଅଭିମୁଖେ ଶୁକ୍ରବାର ରାତିରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ର ଚଳାଚଳ ଆରମ୍ଭ ହୋଇଛି। ଏହାଦ୍ୱାରା ଫସିରହିଥିବା ଲୋକ ସୁବିଧାପୂର୍ବକ ନିଜ ରାଜ୍ୟକୁ ଫେରିପାରିବେ। ଅପରପକ୍ଷେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅନ୍ୟ ରାଜ୍ୟରେ ଫସିଥିବା ଲୋକଙ୍କ ଫେରିବା ଲାଗି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରାଇଥିବାରୁ କେନ୍ଦ୍ରସରକାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ଲକ୍‌ଡାଉନ୍‌ ଭିତରେ ଅନ୍ୟ ରାଜ୍ୟରୁ ବଡ଼ ସଂଖ୍ୟାରେ ଲୋକ ଫେରିବା ସମ୍ଭାବନା ରହିଛି। ତେଣୁ ମୁଖ୍ୟମନ୍ତ୍ରୀ ସମସ୍ତ ଫେରନ୍ତାଙ୍କ ପାଇଁ ୨୧ ଦିନିଆ କ୍ୱାରାଣ୍ଟାଇନ୍‌ରେ ରହିବାର ବ୍ୟବସ୍ଥା କରାଇଛନ୍ତି। ଏହି ସମୟରେ ସେମାନଙ୍କର ଯାଞ୍ଚ, ଖାଇବା ପିଇବା ଓ ଚିକିତ୍ସାର ସମସ୍ତ ସୁବିଧା କରାଇବାକୁ ଅଧିକାରୀଙ୍କୁ ନୀତିଶ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri