ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଚାଷୀଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଛି। ଏହାର ପ୍ରତିବାଦରେ ନବ ନିର୍ମାଣ କୃଷକ ସଙ୍ଗଠନ ରାଷ୍ଟ୍ରୀୟ ସଂଯୋଜକ ଆସନ୍ତା ୨୬ରୁ ଅନଶନରେ ବସିବେ। ମଙ୍ଗଳବାର ନବ ନିର୍ମାଣ କୃଷକ ସଙ୍ଗଠନର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ କହିଛନ୍ତି ଯେ, ସଙ୍ଗଠନକୁ ସରକାରଙ୍କ ଠାରୁ ଦାବି ହାସଲ କରିବା ସକାଶେ ଯେତିକି ଜନଶକ୍ତିର ଆବଶ୍ୟକତା ଅଛି ପାଣ୍ଠିର ମଧ୍ୟ ସେତିକି ଆବଶ୍ୟକତା ରହିଛି। ଏଣୁ ଗୋଟିଏ ମାସରେ ସମସ୍ତ ଛାମୁଆ କର୍ମୀ, ବ୍ଲକ ସଂଯୋଜକ ଏବଂ ଜିଲା ସଂଯୋଜକ ପ୍ରତି ଗ୍ରାମରୁ ପାଣ୍ଠି ସଂଗ୍ରହ କରିବେ। ମେ ମାସରେ ଆନ୍ଦୋଳନ କରାଯିବ। ଏହା ପୂର୍ବରୁ ରାଜ୍ୟ କମିଟି ନିକଟରେ ୨ କୋଟି ଟଙ୍କା ଜମା କରିବାକୁ ପ୍ରସ୍ତାବ ରଖିଛନ୍ତି। ପ୍ରତ୍ୟେକ ଦିନ ୧୦୦ ବ୍ଲକରେ ୧୦୦ଜଣ କର୍ମକର୍ତ୍ତା ଏହି କାମ କରିବା ପାଇଁ ସେ ଆହ୍ବାନ ଜଣାଇଛନ୍ତି। ସେହିପରି ରାଜ୍ୟ ସଂଯୋଜକ ରଶ୍ମିରଞ୍ଜନ ସ୍ବାଇଁ ପ୍ରସ୍ତାବ ରଖି କହିଛନ୍ତି, ଧାନ ସଂଗ୍ରହ କରିବାରେ କଟକଣା ନ କରି ସମସ୍ତ ବଳକା ଧାନ ସଂଗ୍ରହ କରିବାକୁ ଦାବି କରିଛନ୍ତି। ଅକ୍ଷୟ କୁମାର କହିଛନ୍ତି, ମେ ମାସ ସୁଦ୍ଧା ରାଜ୍ୟ ସରକାରଙ୍କ ବିରୋଧରେ ନିର୍ଣ୍ଣାୟକ ଆନ୍ଦୋଳନ କରାଯିବ। ବିଭିନ୍ନ ସମୟରେ ଚାଷୀଙ୍କ ଲାଗି ମିଥ୍ୟା ଘୋଷଣା କରାଯାଉଛି। ଆସନ୍ତା ଦିନରେ ହେବାକୁ ଥିବା ଆନ୍ଦୋଳନରେ ଅତି କମ୍ରେ ୫ଲକ୍ଷ ଚାଷୀ ଅହିଂସାତ୍ମକ ଆନ୍ଦୋଳନରେ ଯୋଗଦେବେ ବୋଲି ସେ କହିଛନ୍ତି। ସରକାରଙ୍କ ଏହି ମିଥ୍ୟା ପ୍ରତିଶ୍ରୁତି ବିରୋଧରେ ଅକ୍ଷୟ ଅନଶନ କରିବେ ବୋଲି କହିଛନ୍ତି।
ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!
ନୂଆଦିଲ୍ଲୀ,୧୪।୪: ଆଇପିଏଲ୍ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍ ମ୍ୟାନେଜମେଣ୍ଟ…
ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…
ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…
ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!
ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…
ବାଇକ୍ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍ଅପ୍: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…
ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି): ପିକ୍ଅପ୍ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍.ଏଚ୍ ୫୭ ର ଟୋଲଗେଟ…
କାମ ସାରି ବାଇକ୍ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍, କଚାଡ଼ି ହୋଇ…
ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…
ଆରଏମ୍ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ
ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…
ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…
ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…
ଶେନ୍ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍ସନ
ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍ ସ୍ପିନର ଶେନ୍ ଓ୍ବର୍ନଙ୍କ ହଠାତ୍ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍ସନ ଓ୍ବର୍ନ ମୁହଁ…
Archives

