Posted inଖେଳ

ମେ ଶେଷ ସୁଦ୍ଧା ଜାତୀୟ କ୍ୟାମ୍ପ ଆରମ୍ଭ କରିବାକୁ ଯୋଜନା ରହିଛି: କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଳୀ୩।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ବନ୍ଦ କରାଯାଇଥିବା ଜାତୀୟ ପ୍ରଶିକ୍ଷଣ ଶିବିରକୁ ପୁଣି ଆରମ୍ଭ କରିବାକୁ ଯୋଜନା ରହିଛି ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। କରୋନା ଭାଇରସ କାରଣରୁ ସାରା ଦେଶରେ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ ଜାରି ରହିଛି। ଫଳରେ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ରେ ଟ୍ରେନିଂ କ୍ୟାମ୍ପଗୁଡିକୁ ସ୍ଥଗିତ ରଖାଯାଇଥିଲା। ପୂର୍ବରୁ ଲକ୍‌ଡାଉନ ମେ ୩ ତାରିକରେ ଶେଷ ହେବାର କାର୍ଯ୍ୟକ୍ରମ ରହିଥିଲା।
ଜାତୀୟ କ୍ୟାମ୍ପଗୁଡିକ ପର୍ଯ୍ୟାୟକ୍ରମେ ଆରମ୍ଭ କରାଯିବ। ପ୍ରଥମେ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସ୍ପୋଟର୍‌ସ (ଏନ୍‌ଆଇଏସ୍‌) ପଟିଆଲା ଓ ବେଙ୍ଗାଲୁରୁ ସ୍ଥିତ ସାଇରେ ଟ୍ରେନିଂ ଆରମ୍ଭ ହେବ। ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁଥିବା ଆଥଲେଟମାନେ ଏହି ଟ୍ରେନିଂରେ ଅଂଶଗ୍ରହଣ କରିବେ। ବେଙ୍ଗାଲୁରୁ ସାଇରେ ଆଥଲେଟମାନେ ଏବେ ରହୁଛନ୍ତି। ତେଣୁ ଚଳିତ ମାସେ ଶେଷ ଆଡକୁ ବେଙ୍ଗାଲୁରୁ ଓ ପାଟିଆଲରେ ଟ୍ରେନିଂ ଆରମ୍ଭ ହେବ ବୋଲି ଏଫ୍‌ଆଇସିସିଆଇର ଓ୍ବେବିନାର ‘କରୋନ ଆଣ୍ଡ ସ୍ପୋଟର୍‌ସ’ ନାମକ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରିଜିଜୁ ଏହି କଥା କହିଛନ୍ତି। ଅଲିମ୍ପିକ୍ସ ଖେଳିବାକୁ ଯୋଗ୍ୟତା ହାସଲ କରିଥିବା କିମ୍ବା ଅଲିମ୍ପିକ୍ସ କ୍ୱଲିଫାୟରରେ ଅଂଶଗ୍ରହଣ କରିବାକୁ ଥିବା ଆଥଲେଟମାନେ ଏହି କ୍ୟାମ୍ପରେ ଯୋଗ ଦେବେ। ଉଲ୍ଲେଖଥାଉ କି, କୋଭିଡ-୧୯ ସଂକ୍ରମଣ କାରଣରୁ ଜାତୀୟ କ୍ୟାମ୍ପଗୁଡିକ ମାର୍ଚ୍ଚମାସ ମଧ୍ୟ ଭାଗରେ ବାତିଲ କରାଯାଇଥିଲା। କରୋନା ଭାଇରସ ଏକ ବାସ୍ତବିକତାରେ ପରିଣତ ହୋଇଛି। ଏହି ସମସ୍ୟା ଏତେ ଶୀଘ୍ର ଯିବାଭଳି ଲାଗୁ ନାହିଁ। ଆମକୁ ଏହା ସହିତ ବଞ୍ଚିବାକୁ ପଡିବ ବୋଲି ରିଜିଜୁ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri