Posted inଖେଳ

ମେ ଶେଷ ସୁଦ୍ଧା ଜାତୀୟ କ୍ୟାମ୍ପ ଆରମ୍ଭ କରିବାକୁ ଯୋଜନା ରହିଛି: କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଳୀ୩।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ବନ୍ଦ କରାଯାଇଥିବା ଜାତୀୟ ପ୍ରଶିକ୍ଷଣ ଶିବିରକୁ ପୁଣି ଆରମ୍ଭ କରିବାକୁ ଯୋଜନା ରହିଛି ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। କରୋନା ଭାଇରସ କାରଣରୁ ସାରା ଦେଶରେ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ ଜାରି ରହିଛି। ଫଳରେ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ରେ ଟ୍ରେନିଂ କ୍ୟାମ୍ପଗୁଡିକୁ ସ୍ଥଗିତ ରଖାଯାଇଥିଲା। ପୂର୍ବରୁ ଲକ୍‌ଡାଉନ ମେ ୩ ତାରିକରେ ଶେଷ ହେବାର କାର୍ଯ୍ୟକ୍ରମ ରହିଥିଲା।
ଜାତୀୟ କ୍ୟାମ୍ପଗୁଡିକ ପର୍ଯ୍ୟାୟକ୍ରମେ ଆରମ୍ଭ କରାଯିବ। ପ୍ରଥମେ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସ୍ପୋଟର୍‌ସ (ଏନ୍‌ଆଇଏସ୍‌) ପଟିଆଲା ଓ ବେଙ୍ଗାଲୁରୁ ସ୍ଥିତ ସାଇରେ ଟ୍ରେନିଂ ଆରମ୍ଭ ହେବ। ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁଥିବା ଆଥଲେଟମାନେ ଏହି ଟ୍ରେନିଂରେ ଅଂଶଗ୍ରହଣ କରିବେ। ବେଙ୍ଗାଲୁରୁ ସାଇରେ ଆଥଲେଟମାନେ ଏବେ ରହୁଛନ୍ତି। ତେଣୁ ଚଳିତ ମାସେ ଶେଷ ଆଡକୁ ବେଙ୍ଗାଲୁରୁ ଓ ପାଟିଆଲରେ ଟ୍ରେନିଂ ଆରମ୍ଭ ହେବ ବୋଲି ଏଫ୍‌ଆଇସିସିଆଇର ଓ୍ବେବିନାର ‘କରୋନ ଆଣ୍ଡ ସ୍ପୋଟର୍‌ସ’ ନାମକ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରିଜିଜୁ ଏହି କଥା କହିଛନ୍ତି। ଅଲିମ୍ପିକ୍ସ ଖେଳିବାକୁ ଯୋଗ୍ୟତା ହାସଲ କରିଥିବା କିମ୍ବା ଅଲିମ୍ପିକ୍ସ କ୍ୱଲିଫାୟରରେ ଅଂଶଗ୍ରହଣ କରିବାକୁ ଥିବା ଆଥଲେଟମାନେ ଏହି କ୍ୟାମ୍ପରେ ଯୋଗ ଦେବେ। ଉଲ୍ଲେଖଥାଉ କି, କୋଭିଡ-୧୯ ସଂକ୍ରମଣ କାରଣରୁ ଜାତୀୟ କ୍ୟାମ୍ପଗୁଡିକ ମାର୍ଚ୍ଚମାସ ମଧ୍ୟ ଭାଗରେ ବାତିଲ କରାଯାଇଥିଲା। କରୋନା ଭାଇରସ ଏକ ବାସ୍ତବିକତାରେ ପରିଣତ ହୋଇଛି। ଏହି ସମସ୍ୟା ଏତେ ଶୀଘ୍ର ଯିବାଭଳି ଲାଗୁ ନାହିଁ। ଆମକୁ ଏହା ସହିତ ବଞ୍ଚିବାକୁ ପଡିବ ବୋଲି ରିଜିଜୁ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri