ମେ ୩୧ ପରେ ବଢ଼ିପାରେ ଲକ୍‌ଡାଉନ ଅବଧି: ୧୧ଟି ସହର ଉପରେ ରହିବ ଫୋକସ୍‌

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। କରୋନା ବ୍ୟାପିବାରୁ ରୋକିବା ପାଇଁ ଦେଶବ୍ୟାପି ଲକ୍‌ଡାଉନ ୪.୦ ଜାରି ରହିଛି। ହେଲେ ଏହାର ଅବଧି ମେ ୩୧କୁ ଶେଷ ହେବାକୁ ଯାଉଛି। କିନ୍ତୁ କରୋନା ସଙ୍କଟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ମେ ୩୧ ପରେ ଆଉ ୨ ସପ୍ତାହ ଲକ୍‌ଡାଉନ ବଢ଼ାଇପାରନ୍ତି ବୋଲି ସୂଚନା ରହିଛି। ହେଲେ ଲକ୍‌ଡାଉନ ୫.୦ ସମ୍ପୂର୍ଣ୍ଣ ଅଲଗା ରହିବା ସହ ପୂର୍ବାପେକ୍ଷା କଟକଣା ଉପରେ ଆହୁରି କୋହଳ କରାଯି। ଏହି ସମୟରେ ୧୧ଟି ସହରକୁ ଛାଡ଼ିଦେଲେ ଦେଶର ଅନ୍ୟ ସହରଗୁଡ଼ିକରେ କଟକଣା କୋହଳ କରାଯିବ। ଏନେଇ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଉଥିବା ବେଳେ ଖୁବ୍‌ଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ’ କାର୍ଯ୍ୟକ୍ରମ ଜରିଆରେ ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନ ଘୋଷଣା କରିପାରନ୍ତ ବୋଲି କୁହାଯାଉଛି। ସୂଚନା ମୁତାବକ ଲକ୍‌ଡାଉନ ୫.୦ରେ ୧୧ଟି ସହର ଉପରେ ଫୋକସ୍‌ ରହିବ। ଏଥିରେ ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ, ପୁଣେ, ଥାଣେ, ଇନ୍ଦୋର, ଚେନ୍ନାଇ, ଅହମଦାବାଦ, ଜୟପୁର, ସୁରଟ ଓ କୋଲକାତା ସାମିଲ ରହିଛି। ଏହି ସହରଗୁଡିକରେ ୭୦ ପ୍ରତିଶତରୁ ଊର୍ଦ୍ଧ୍ୱ କରୋନା ମାମଲା ରହିଛି। କେବଳ ୫ଟି ସହର ଅହମଦାବାଦ, ଦିଲ୍ଲୀ, ପୁଣେ, କୋଲକାତା ଓ ମୁମ୍ବାଇରେ ମୋଟ ୬୦ ପ୍ରତିଶତ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଲକ୍‌ଡାଉନ ୫.୦ରେ ଧାର୍ମିକ ସ୍ଥଳ ଖୋଲିବା ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ସ୍ବାଧିନତା ଦିଆଯାଇଛି। ମାତ୍ର ଏଥିପାଇଁ ନିୟମ ଓ ସର୍ତ୍ତାବଳୀ ଲାଗୁ ରହିବ। ଧାର୍ମିକ ସ୍ଥଳରେ କୌଣସି ମେଳା ଓ ମହୋତ୍ସବର ଆୟୋଜନ ଲାଗି ଅନୁମତି ମିଳିବ ନାହିଁ। କେବଳ କଣ୍ଟେନମେଣ୍ଟ ଜୋନକୁ ଛାଡ଼ିଦେଲେ ସେଲୁନ ଓ ଜିମ ଖୋଲିବାକୁ ଅନୁମତି ମିଳିପାରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri