ମୋଟର ଯାନ ନିୟମ ଅନୁପାଳନ: ସଚେତନତା ପାଇଁ ଛକରେ ଲାଗିବ ପୋଷ୍ଟର, ବ୍ୟାନର

ବାଲେଶ୍ୱର ଅଫିସ, ୬।୯- ବାଲେଶ୍ୱର ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଗୁରୁବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ମୋଟର ଯାନ ନିୟମ ଅନୁପାଳନ ଉପରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗତ ସେପ୍ଟେମ୍ବର ୧ ତାରିଖରୁ ରାଜ୍ୟରେ ଲାଗୁ ହୋଇଥିବା ଏହି ଆକ୍ଟର ବିଭିନ୍ନ ଧାରା, ଉପଧାରା ଦ୍ୱାରା କରାଯାଇଥିବା ଦଣ୍ଡ ବିଧାନ ଉପରେ ସଚେତନ କରାଯାଇଥିଲା।
ସରକାର ଟ୍ରାଫିକ୍‌ ନିୟମରେ ଖିଲାଫ ଏବଂ ବିଶୃଙ୍ଖଳାକୁ ନିୟନ୍ତ୍ରଣ ପାଇଁ କରିଥିବା ଏହି ଅର୍ଥ ଦଣ୍ଡ ଏବଂ ନିଶାସକ୍ତ ଯାନଚାଳନା ପାଇଁ ଜେଲ ଦଣ୍ଡାଦେଶ ଉପରେ ବିଶେଷ ଭାବେ ଅବଗତ କରାଯାଇଥିଲା। ନାବାଳିକାନାବାଳକମାନଙ୍କୁ ଯାନବାହନ ଚାଳନା ଉପରେ ପିତାମାତା ଯତ୍ନବାନ ହେବା ଉପରେ ପରାମର୍ଶ ଦିଆଯାଇଥିଲା। ଦ୍ରୁତଗାମୀ ଯାନକୁ ନିୟନ୍ତ୍ରଣ କରିବା, ବିନା ଲାଇସେନ୍ସରେ ଯାନ ଚାଳନା, ଯାତ୍ରୀବାହୀ ଯାନଗୁଡ଼ିକରେ କ୍ଷମତାରୁ ଅଧିକ ଯାତ୍ରୀ ପରିବହନ କରିବା, ଆମ୍ବୁଲାନ୍ସ/ଅଗ୍ନିଶମ ଯାନଗୁଡ଼ିକୁ ରାସ୍ତା ନ ଛାଡ଼ିବା ଉପରେ କେତେ ଅର୍ଥ ଦଣ୍ଡ ରହିଛି ତାହା ଗୃହକୁ ଅବଗତ କରାଯାଇଥିଲା। ଏଣିକି ସହରର ବିଭିନ୍ନ ସ୍ଥାନରେ ପୋଷ୍ଟର, ବ୍ୟାନର, ଲିଫଲେଟ୍‌ ମାଧ୍ୟମରେ ଲୋକଙ୍କୁ ଟ୍ରାଫିକ୍‌ ଓ ଦଣ୍ଡ ବିଧାନ ଉପରେ ସଚେତନ କରାଯିବ ବୋଲି ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର କୁମାର କହିଥିଲେ। ତା’ ଛଡ଼ା କେତେକ ସ୍ଥାନରେ ବ୍ଲିକରିଂ ଲାଇଟ ଲଗାଯିବା, ହମ୍ପସ୍‌ ନିର୍ମାଣ, ଏକ ପାଖିଆ ଯାନ ଚାଳନା, ପାର୍କିଂ ବ୍ୟବସ୍ଥାରେ ଉନ୍ନତି କରିବା କାର୍ଯ୍ୟ କରାଯିବ ବୋଲି ବୈଠକରେ ପ୍ରକାଶ କରାଯାଇଥିଲା। ତେବେ ଦୁଇ ଚକିଆ ଯାନ ଚାଳକମାନେ ହେଲମେଟ୍‌ ପିନ୍ଧିବା ଓ ଚାରିଚକିଆ ଯାନଚାଳକ ସିଟ୍‌ ବେଲ୍ଟ ବ୍ୟବହାର ଯେପରି ଅଭ୍ୟାସରେ ପରିଣତ ହେବ ସେଥିପ୍ରତି ସଚେତନ ହେବାକୁ କୁହାଯାଇଥିଲା। ବୈଠକରେ ଆଞ୍ଚଳିକ ପରିବହନ ଅଧିକାରୀ ବିକାଶ ଚୌଧୁରୀ ବୈଠକର ଆଭିମୁଖ୍ୟ କହିବା ସହ ବିଭିନ୍ନ ଦଣ୍ଡ ବିଧାନ ଉପରେ ଆଲୋକପାତ କରିଥିବା ବେଳେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁବାଷ ନିଆଲ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri