ମୋଟାଗୁଡ଼ା ଜଙ୍ଗଲରେ ଶ୍ରମିକଙ୍କୁ ହତ୍ୟା ଘଟଣା : ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ଭବାନୀପାଟଣା,୩୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାର ମୋଟାଗୁଡା ଜଙ୍ଗଲରେ ଜଣେ ଶ୍ରମିକଙ୍କୁ ବାଡ଼ିରେ ପିଟି ହତ୍ୟା କରିବା ମାମଲାରେ ପୋଲିସ ଅଭିଯୁକ୍ତ କାଠବେପାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ଭରତ ବିଶ୍ୱାଳ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମୋଟାଗୁଡ଼ା ଜଙ୍ଗଲରେ ଶ୍ରମିକ ଦେବେନ୍ଦ୍ର ବେହେରାଙ୍କୁ ଗତ ୨୨ ତାରିଖରେ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ପରେ ପୋଲିସ ମାମଲା ରୁଜୁ କରି ଏହାର ତଦନ୍ତ ଆରମ୍ଭ କରିଥିବାବେଳେ ଭରତଙ୍କୁ ବୁଧବାର ଗିରଫ କରିଥିଲା। ଜାମିନ୍‌ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ହତ୍ୟାକାରୀ ଭରତଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ ଯେ, ଗତ ୨୨ ତାରିଖରେ ପୁରୁନାପଡ଼ାର ୭ ଜଣ ଲୋକ କାଠ କାଟିବା ପାଇଁ ନେହେଲା ମୋଟାଗୁଡା ଜଙ୍ଗଲକୁ ଯାଇଥିଲେ। ୨୪ ତାରିଖରେ ନେହେଲା ଗାଁରେ ଏହି ଶ୍ରମିକମାନେ ଖାଇବା ପାଇଁ ରୋଷେଇ କରୁଥିବାବେଳେ ଶ୍ରମିକ ଦେବେନ୍ଦ୍ର ବେହେରା ମଦ ପିଇବା ପାଇଁ ଚୋରାକାଠ ବେପାରୀ ଭରତ ବିଶ୍ୱାଳକୁ ଟଙ୍କା ମାଗିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଭରତ ଏକ ବାଡ଼ିରେ ଦେବେନ୍ଦ୍ରଙ୍କୁ ପିଟିଥିଲେ। ଫଳରେ ଦେବେନ୍ଦ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ନେହେଲା ଗ୍ରାମବାସୀ ୨୫ ତାରିଖରେ ଭବାନୀପାଟଣା ସଦର ଥାନାରେ ଅଭିଯୋଗ କରିଥିଲେ। ଏହି ହତ୍ୟା ଘଟଣାରେ ସଦର ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲାବେଳେ ୭ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଲାଇଥିଲା। ଗତ ମଙ୍ଗଳବାର ସ୍ଥାନୀୟ ଏସଡିଜେଏମ୍‌ କୋର୍ଟରେ ୭ ଜଣଙ୍କ ୧୬୪ ଧାରାରେ ବୟାନ ରେକର୍ଡ କରାଯାଇଥିଲା। ଏହା ପରେ ଅଭିଯୁକ୍ତ ଭରତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri