ମୋଟେରରେ ସଶସ୍ତ୍ର ଡକାୟତି: ୪୦ ଭରି ସୁନାଗହଣା ସହ ବୁଲେଟ ଧରି ଚମ୍ପଟ ମାରିଲେ ଡକାୟତ

କୋକସରା, ୨୭।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମର ଶାନ୍ତିନଗର ପଡାରେ ରହୁଥିବା ଶିକ୍ଷକ ଯଯାତି ପାଟଯୋଷୀଙ୍କ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ବଡ଼ ଧରଣର ଡକାୟତି ହୋଇଛି । ପ୍ରାୟ ୫ ରୁ ୭ ଜଣ ମୁଖାପିନ୍ଧା ଡକାୟତ ମୁଖ୍ୟ କବାଟ ଭାଙ୍ଗି ଘରେ ପଶି ଯଯାତି ପାଟଯୋଷୀ ତାଙ୍କ ସ୍ତ୍ରୀ କନକଲତା ପାଟଯୋଶୀ ଓ ଦୁଇ ପୁଅଙ୍କୁ ବନ୍ଧୁକ ମୁନରେ ଭୟଭୀତ କରି ଘରେ ଲୁଟ କରିଛନ୍ତି । ପରିବାର କହିବା ଅନୁସାରେ ଘରେ ଥିବା ପ୍ରାୟ ୪୦ ଭରି ସୁନା ଗହଣା ସହ ନଗଦ କିଛି ଟଙ୍କା, ଏକ ବୁଲେଟ ବାଇକ ଓ ଘରେ ଲାଗିଥିବା ସ୍ମାର୍ଟ ଟିଭି, ୨ଟି ମୋବାଇଲକୁ ନେଇ ଡକାୟତମାନେ ଘରେ ସମସ୍ତଙ୍କୁ ଏକ କୋଠରୀରେ ବନ୍ଦ କରି ଚମ୍ପଟ ମାରିଥିଲେ । ଲୁଟ ହୋଇଥିବା ସୁନାଗହଣାର ଆନୁମାନିକ ମୂଲ୍ୟ ୨୪ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଳି ଜଣାପଡିଛି । ଡକାୟତମାନେ ହିନ୍ଦୀ ଓ କଟକି ଭାଷାରେ କଥା ହେଉଥିବା କହିଛନ୍ତି ପରିବାର ଲୋକେ । ପରେ କୌଣସି ମତେ କବାଟକୁ ଭାଙ୍ଗି ଘର ଲୋକେ ପାଖ ପଡୋଶୀଙ୍କୁ କହିବା ସହ ମୋଟେର ଫାଣ୍ଡି ଓ କୋକସରା ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚତ୍ ଘଟଣାସ୍ଥଳରେ ଛାନଭିନ୍‌ ଆରମ୍ଭ କରିଥିବା ବେଳେ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରୀ ନାରାୟଣ ନାୟକ ମଧ୍ୟ ଘଟଣାର ଅନୁଧ୍ୟାନ କରି ତଦନ୍ତ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri