Posted inଫୁରସତ

ମୋତେ ତରବାରୀ ଦିଅନ୍ତୁ, ସ୍ତ୍ରୀଙ୍କୁ ଯୁଦ୍ଧରେ ପରାସ୍ତ କରି ଛାଡପତ୍ର ନେବି

ଆମେରିକାର ଏକ କୋର୍ଟ ରୁମ୍‌ରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଛାଡପତ୍ର ଦେବା ପୂର୍ବରୁ ଏକ ଅଜବ ସର୍ତ୍ତ ରଖିଛନ୍ତି। ଛାଡପତ୍ର ପୂର୍ବରୁ ସେ ତାଙ୍କୁ ଯୁଦ୍ଧରେ ପରାସ୍ତ କରିବାକୁ ଚାହିଁଛନ୍ତି। ଡେଭିଡ ଅଷ୍ଟ୍ରମ୍‌ ନାମକ ଏହି ବ୍ୟକ୍ତି ଜଣଙ୍କ ଆମେରିକାର କେନସାସ ସହରରେ ରୁହନ୍ତି। ସେଲ୍ବି କାଉଣ୍ଟି କୋର୍ଟରେ ସ୍ତ୍ରୀ ବ୍ରିଗେଟ୍‌ ଅଷ୍ଟ୍ରମ ମଧ୍ୟରେ ଛାଡପତ୍ର ମାମଲା ଚାଲିଛି। କୋର୍ଟରେ ତାରଖ ଥିବାରୁ ଉଭୟ ସ୍ବାମୀସ୍ତ୍ରୀ ସେଠାରେ ପହଞ୍ଚିଥିଲେ। କୋର୍ଟରେ ଡେଭିଡ୍‌ ଏତେ ରାଗିଯାଇଥିଲେ ଯେ, ବିଚାରପତିଙ୍କୁ କହିଥିଲେ, ମୁଁ ମୋ ସ୍ତ୍ରୀଙ୍କ ସହ ଯୁଦ୍ଧ କରିବାକୁ ଚାହୁଁଛି। ତେଣୁ ମୋତେ ଏକ ଜାପାନୀ ତରବାରୀ ଦିଆଯାଉ। ଯେଉଁ ମହିଳା ମୋତେ କାଠଗଡାରେ ଛିଡା କରିଛନ୍ତି, ତାଙ୍କୁ ଯୁଦ୍ଧରେ ପରାସ୍ତ କରିବାକୁ ଚାହୁଁଛି ବୋଲି ଡେଭିଡ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri