ମୋଦିଙ୍କର ଅର୍ଥନୀତିରେ ଜ୍ଞାନ ନାହିଁ: ରାହୁଲ

ହରିୟାଣା,୧୮।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାର ସୋନିପଥରେ ବିରୋଧୀ କଂଗ୍ରେସ ଉପରେ ଖୁବ୍‌ ବର୍ଷିଥିଲେ। ସେଠାରେ ସେ ଏକ ରାଲିରେ ସମ୍ବୋଧନ ଦେବା ଅବସରରେ କଂଗ୍ରେସ ଅନୁଚ୍ଛେଦ ୩୭୦କୁ ବିରୋଧ କରୁଥିବା ନେଇ ମୋଦି କହିଥିଲେ କଂଗ୍ରେସକୁ ନା ଭାରତର ଏକତାର ଚିନ୍ତା ଅଛି ନା ସମ୍ବିଧାନର ଚିନ୍ତା। ହେଲେ କଂଗ୍ରେସର ଯେଉଁ ଅହଂକାର ଥିଲା ତାକୁ ମାଟିରେ ମିଶାଇ ଦେଇଛନ୍ତି ହରିୟାଣାବାସୀ। ଏବେ ଏହାର ଉତ୍ତର ରଖିଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ସେ କହିଛନ୍ତି ମୋଦିଙ୍କର ଅର୍ଥନୀତିରେ ସାମାନ୍ୟତମ ଜ୍ଞାନ ନାହିଁ। ନଚେତ୍‌ ଦେଶର ଅର୍ଥନୀତି ଏବେ ଏତେ ଖରାପ ପରିସ୍ଥିତିକୁ ଗତି କରି ନ ଥାଅନ୍ତା। ସେ କହିଛନ୍ତି ୨୦୧୪ ପରେ ସେ ଆମେରିକାର ୨-୩ଜଣ ଅର୍ଥନୀତିଜ୍ଞଙ୍କୁ ଭେଟିଥିଲେ। ଆଉ ସେମାନଙ୍କର ମତ ଥିଲା କି ୨୦୦୪-୨୦୧୪ ମଧ୍ୟରେ ଭାରତର ଅର୍ଥନୀତି କେବଳ ମନରେଗା ଓ ଫାର୍ମ ଲୋନ ଓ୍ବିଭର ପାଇଁ ଭଲ ଥିଲା। ଯାହା ମୋଦି ସରକାରଙ୍କ ଅମଳରେ ଭୁଷୁଡି ପଡିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri