Categories: ଜାତୀୟ

ମୋଦିଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୫: ସାଧାରଣ ନିର୍ବାଚନରେ ଭାଜପାର ଐତିହାସିକ ବିଜୟର ତିଦିଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମଥର ପାଇଁ ଉଭୟ ଫୋନରେ କଥା ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ପାକିସ୍ତାନ ବିଦେଶ ମନ୍ତ୍ରାଳୟ ପ୍ରବକ୍ତା ମହମ୍ମଦ ଫୈଜଲ। ସେ ଟୁଇଟ୍‌ କରି କହିଛନ୍ତି, ଭାରତ-ପାକିସ୍ତାନ ମଧ୍ୟରେ ଶାନ୍ତି ଓ ସମୃଦ୍ଧି ପ୍ରତିଷ୍ଠା କରିବା ପାଇଁ ମିଳିମିଶି କାମ କରିବାର ଇଚ୍ଛା ବ୍ୟକ୍ତ କରଛନ୍ତି। ଏହାସହ ଦକ୍ଷିଣ ଏସିଆ ଶାନ୍ତି ପ୍ରତିଷ୍ଠା ଦିଗରେ କାର୍ଯ୍ୟ କରିବା ପାଇଁ ଉଭୟ ଦେଶ ମିଶି କାମ କରିବେ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଭାଜପାର ବିଜୟ ପରେ ଇମ୍ରାନ ଇଂରାଜୀ ଓ ଉର୍ଦ୍ଦୁରେ ଟୁଇଟ୍‌ କରି କହିଥିଲେ, ଭାଜପା ଓ ସହଯୋଗୀ ଦଳର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମୁଁ ଶୁଭେଚ୍ଛା ଜଣାଉଛି। ଦକ୍ଷିଣ ଏସିଆରେ ଶାନ୍ତି, ପ୍ରଗତି ଓ ସମୃଦ୍ଧି ପାଇଁ ମୋଦିଙ୍କର ସହିତ ମିଶି କାମ କରିବା ପାଇଁ ମୁଁ ଆଶାନ୍ବିତ।

Share