Posted inଜାତୀୟ

ମୋଦିଙ୍କୁ ମେହବୁବାଙ୍କ ଭର୍ତ୍ସନା: ପାକିସ୍ତାନ ଇଦ୍‌ ଲାଗି ଅଣୁଅସ୍ତ୍ର ରଖିନି

ଶ୍ରୀନଗର,୨୩ା୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫ୍‌ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟିପ୍ପଣୀକୁ ନେଇ ଭର୍ସନା କରିଛନ୍ତି। ରବିବାର ରାଜସ୍ଥାନର ବାର୍ମେରଠାରେ ମୋଦି ଏକ ନିର୍ବାଚନୀ ସଭାରେ ଭାରତ ପରମାଣୁ ବୋମା ଦୀପାବଳିରେ ଫୁଟାଇବା ଲାଗି ରଖିନାହିଁ ବୋଲି ପାକିସ୍ତାନକୁ ଟାର୍ଗେଟ କରି କହିଥିଲେ। ମୋଦିଙ୍କ ଏଭଳି ମନ୍ତବ୍ୟକୁ ସମାଲୋଚନା କରି ପାକିସ୍ତାନ ଇଦ୍‌ ଲାଗି ପରମାଣୁ ବୋମା ରଖିନାହିଁ ବୋଲି କହିଛନ୍ତି। ଏଭଳି ହୀନ ମନ୍ତବ୍ୟ ମୋଦି କାହିଁକି ଦେଉଛନ୍ତି ବୋଲି ମେହବୁବା ଟୁଇଟ କରିଛନ୍ତି। ଭାରତ ଓ ପାକିସ୍ତାନ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ର। ହେଲେ ଜଣେ ପ୍ରଧାନମନ୍ତ୍ରୀଙ୍କ ଭାଷା ଏଭଳି ହେବା ଅନୁଚିତ ବୋଲି ମେହବୁବା କହିଛନ୍ତି। ପ୍ରକାଶଥାଉକି ଆତଙ୍କବାଦ ଓ ପାକିସ୍ତାନର ହାବଭାବକୁ ନେଇ ଭାରତ ଗ୍ରହଣ କରିଥିବା ପଦକ୍ଷେପ ଓ ବାଲାକୋଟ ଆକ୍ରମଣକୁ ନେଇ ମୋଦି ବାର୍ମେର ରାଲିରେ ବର୍ଷିଥିଲେ। ପାକିସ୍ତାନର ବାରମ୍ବାର ପରମାଣୁ ବୋମା ଧମକକୁ ଭାରତ ଡରିନାହିଁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri