ମୋଦିଙ୍କୁ ସର୍ପ ଦଂଶନରେ ମାରିବାକୁ ଧମକ ଦେଲେ ପାକିସ୍ତାନୀ ପପ୍‌ ଗାୟିକା

ଇସ୍‌ଲାମାବାଦ,୪।୯: ଏବେ ସୋସିଆଲ ମିଡିଆରେ ଜଣେ ପାକିସ୍ତାନୀ ପପ୍‌ ଗାୟିକାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଆଉ ଏହାକୁ ଦେଖି ଲୋକେ ହସି ହସି ବେଦମ୍‌ ହେଉଛନ୍ତି। କେବଳ ଭାରତୀୟ କାହିଁକି ପାକିସ୍ତାନୀମାନେ ମଧ୍ୟ ଏହାକୁ ଦେଖି ବିଭିନ୍ନ ପ୍ରକାର କମେଣ୍ଟ କରୁଥିବା ଦେଖାଯାଇଛି। ଉକ୍ତ ଭିଡିଓରେ ପପ୍‌ ଗାୟିକା ରାବି ଫିରଜାଦା ମୋଦିଙ୍କୁ ସର୍ପ ଦଂଶନର ଦମକ ଦେଉଛନ୍ତି। ୫୦ ସେକେଣ୍ଡର ଏହି ଭିଡିଓକୁ ଏବେ ବହୁ ପରିମାଣରେ ଶେୟାର କରାଯାଉଛି। ଏହି ଭିଡିଓରେ ରାବି ସାପ ଓ କୁମ୍ଭୀର ଜରିଆରେ ପ୍ରତିଶୋଧ ନେବାକୁ କହୁଛନ୍ତି। କେତେ ଗୁଡିଏ ସାପକୁ ହାତରେ ଧରି ସେ ଭାରତ ବିରୋଧରେ ବିଷ ଓଗାଳୁଛନ୍ତି। ସେ କହିଛନ୍ତି, ‘ମୋଦି ତୁମେ କଶ୍ମୀରବାସୀଙ୍କୁ ହଇରାଣ କରୁଛନା ଦେଖ ମୁଁ ତୁମ ପାଇଁ କ’ଣ ନେଇ ଆସିଛି। ସୋ ଗେଟ୍‌ ରେଡି ଟୁ ଡାଏ ଇନ୍‌ ହେଲ୍‌। ଆଉ ମୋର ଯେଉଁ ବନ୍ଧୁ ମାନେ ଅଛନ୍ତି ସେମାନେ ତୁମକୁ ନେଇ ଭୋଜି କରିବେ’ ବୋଲି ଶେଷରେ ରାବି କହିଛନ୍ତି। ଏହାକୁ ଦେଖିବା ପରେ ସୋସିଆଲ ମିଡିଆ ୟୁଜର ସଞ୍ଜୟ ଦାସଓ୍ବାନି କହିଛନ୍ତି, ‘ରାବିଙ୍କୁ କଶ୍ମୀର ନୁହେଁ ହମଦର୍ଦର ରୁଅବ୍‌ଜା ଦେଇ ଦିଅନ୍ତୁ ସେ ଥଣ୍ଡା ହୋଇଯିବେ’। କେବଳ ଏତିକି ନୁହେଁ ଆହୁରି କିଛି କମେଣ୍ଟ ମଧ୍ୟ ଆସିଛି ରାବିଙ୍କ ଏହି ଭିଡିଓ ଦେଖିବା ପରେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri