ମୋଦିଙ୍କ ଇଂରାଜୀ କହିବା ଶୈଳୀକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି

ବାଇରିଜ୍‌,୨୭।୮: ଫ୍ରାନ୍ସର ବାଇରିଜଠାରେ ଜି-୭ ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଦୀର୍ଘ ୪୫ ମିନିଟ୍‌ ଆଲୋଚନା ହୋଇଥିଲା। କଥାବାର୍ତ୍ତା ମଝିରେ ହଠାତ୍‌ ମୋଦି ହିନ୍ଦୀରେ କିଛି କହିବାରୁ ଟମ୍ପ୍‌ କହିଥିଲେ,ମୋଦିଙ୍କ ଇଂରାଜୀ କହିବା ଶୈଳୀ ବେଶ୍‌ ଭଲ କିନ୍ତୁ ସେ କହିବାକୁ ଚାହୁଁନାହାନ୍ତି। ଏହାଶୁଣି ଉପସ୍ଥିତି ଖବରଦାତାଙ୍କ ସମେତ ଖୋଦ୍‌ ମୋଦି ମଧ୍ୟ ଜୋରରେ ହସିବାକୁ ଲାଗିଥିଲେ। ତତ୍‌କ୍ଷଣାତ୍‌ ଟ୍ରମ୍ପଙ୍କ ସହ ଜୋରରେ ହାତମିଳାଇ ଥିଲେ ମୋଦି। ସୂଚନାଯୋଗ୍ୟ, ସୋମବାର ହୋଇଥିବା ଏହି ମୋଦି-ଟ୍ରମ୍ପ୍‌ ସାକ୍ଷାତକୁ ସାରା କେବଳ ଭାରତ, ଆମେରିକା ନୁହେଁ ପାକିସ୍ତାନର ମଧ୍ୟ ନଜର ରହିଥିଲା। ଜମ୍ମୁ-କଶ୍ମୀରରୁ ୩୭୦ ଉଠିବା ପରେ ପାକିସ୍ତାନ ଯେଉଁଭଳି ବିଶ୍ୱ ନେତାଙ୍କ ସହାୟତା ଲୋଡିଥିଲା। କିନ୍ତୁ ଟ୍ରମ୍ପ୍‌ କଶ୍ମୀର ଦ୍ୱିପାକ୍ଷିକ ପ୍ରସଙ୍ଗ ବୋଲି ସ୍ବୀକାର କରିବା ପରେ ପାକିସ୍ତାନକୁ ଶକ୍ତ ଧକ୍କା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?