Posted inଜାତୀୟ

ମୋଦିଙ୍କ ଝିଆରୀଙ୍କ ପର୍ସ ଲୁଟ୍‌: ଅଭିଯୁକ୍ତଙ୍କୁ ଧରିବା ପାଇଁ ୭ ଶହ ପୋଲିସ ହୋଇଥିଲେ ନିଯୁକ୍ତ; ୨ଶହ ସିସିଟିଭି ଫୁଟେଜ୍‌ ଯାଞ୍ଚ୍‌

ନୂଆଦିଲ୍ଲୀ,୧୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝିଆରୀଙ୍କ ପର୍ସ ଲୁଟ୍‌ କରିଥିବା ଅଭିଯୁକ୍ତଙ୍କୁ ଧରିବା ପାଇଁ ୭ ଶହ ପୋଲିସଙ୍କୁ ନିଯୁକ୍ତ କରାଯାଇଥିଲା। ସେହିପରି ଏହି କାର୍ଯ୍ୟରେ ୨ ଶହ ସିସିଟିଭି ଫୁଟେଜ୍‌ ଯାଞ୍ଚ୍‌ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ଭାଇ ପ୍ରହଲ୍ଲାଦ ମୋଦିଙ୍କ ଝିଅ ଦମୟନ୍ତୀ ବେନ୍‌ ମୋଦି ଉତ୍ତରଦିଲ୍ଲୀର ଗୁଜରାଟୀ ସମାଜ ଭବନ ସମ୍ମୁଖରେ ଅଟୋ ରିକ୍ସାରୁ ଓହ୍ଲାଉଥିବାବେଳେ ତାଙ୍କ ପର୍ସକୁ ଅଭିଯୁକ୍ତ ୨୧ ବର୍ଷ ବୟସ୍କ ଗୌରବ ଓରଫ୍‌ ନାନୁ ସ୍କୁଟିରେ ତାଙ୍କ ଜଣେ ସାଥିଙ୍କ ସହ ଆସି ଲୁଟ୍‌ କରିଥିଲେ। ପୋଲିସ ପକ୍ଷରୁ ୨୦ଟି ଟିମ୍‌ ଗଠନ କରାଯାଇ ଯାଞ୍ଚ୍‌ ଆରମ୍ଭ କରାଯାଇଥିଲା। ଗୌରବଙ୍କୁ ସୋନିପତ୍‌ରୁ ତାଙ୍କର ଜଣେ ସମ୍ପର୍କୀୟଙ୍କ ଘରୁ ଗିରଫ କରିଥିବାବେଳେ ତାଙ୍କ ସାଥି ୨୨ ବର୍ଷ ବୟସ୍କ ବାଦଲଙ୍କୁ ସୁଲତାନ୍‌ପୁରୀରୁ ଗିରଫ କରାଯାଇଥିଲା। ସେମାନଙ୍କଠାରୁ ଲୁଟ୍‌ ହୋଇଥିବା ୫୬ ହଜାର ଟଙ୍କା, ୨ ମୋବାଇଲ୍‌ ଏବଂ ଲୁଟ୍‌ରେ ବ୍ୟବହାର ହୋଇଥିବା ସ୍କୁଟି ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri