Posted inଜାତୀୟ

ମୋଦିଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କୃଷକଙ୍କ ଆତ୍ମହତ୍ୟା ଉଦ୍ୟମ

ବାଲାପୁର,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ବର୍ଷ ପୂର୍ବରୁ ଯେଉଁ କୃଷକଙ୍କୁ ପ୍ରଶଂସା କରିଥିଲେ ସେ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଅକୋଲାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ବାଲାପୁର ତହସିଲର ସୋଲାଡ ଗଁ।ର ମୁରଲୀଧର ରାଉତ(୪୨)ଙ୍କ ହାଇଓ୍ବେ ଉପରେ ଏକ ହୋଟେଲ ରହିଥିଲା। ତେବେ ରାଜମାର୍ଗକୁ ପ୍ରଶସ୍ତ କରିବା ପାଇଁ ତାଙ୍କର ଜମିକୁ ଅଧିଗ୍ରହଣ କରାଯାଇଥିଲା। ତେବେ ସଡ଼କ ପରିଯୋଜନାରେ ଅଧିଗ୍ରହଣ ହୋଇଥିବା ଜମିର କ୍ଷତିପୂରଣ ଦେବାରେ ବିଳମ୍ବ ହେବାରୁ ମୂରଲୀଧରଙ୍କ ସହ ଅନ୍ୟ ୪ଜଣ କୃଷକ ଅକୋଲାରେ ଥିବା ଜିଲାଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ଅତିରିକ୍ତ ଜିଲାଧିକାରୀଙ୍କ ସମ୍ମୁଖରେ ୫ଜଣ କୃଷକ ବିଷ ପିଇ ଦେଇଥିଲେ। ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲକୁ ନିଆଯାଇ ଚିକିତ୍ସା କରାଯାଇଛି। ଏବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଅନ୍ୟପଟେ ୨୦୧୬ରେ ବିମୁଦ୍ରିକରଣ ସମୟରେ ପୁରୁଣା ୫ଶହ ବା ହଜାରେ ଟଙ୍କା ନେଇ ଆସୁଥିବା ଯାତ୍ରୀଙ୍କୁ ମୂରଲୀଧର ମାଗଣାରେ ଖାଦ୍ୟ ଖୁଆଇବା ସହ ପରେ ଟଙ୍କା ଦେବ ବୋଲି କହିଥିଲେ। ସେହି ସମୟରେ ତାଙ୍କର ଏହି ମହାନ୍‌ କାର୍ଯ୍ୟ ପାଇଁ ମନ୍‌ କି ବାତ୍‌ରେ ମୋଦି ତାଙ୍କୁ ବହୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri