Posted inଜାତୀୟ

ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଐତିହାସିକ ସୁଧାରରେ ପରିପୂର୍ଣ୍ଣ: ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷର କାର୍ଯ୍ୟକାଳକୁ ପ୍ରଶଂସା କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଗୋଟିଏ ବର୍ଷରେ ଏହି କାର୍ଯ୍ୟକାଳ ସଫଳତା ଏବଂ ଐତିହାସିକ ସୁଧାରରେ ପରିପୂର୍ଣ୍ଣ ବୋଲି ଯୋଗୀ କହିଛନ୍ତି। ଏନଡିଏ ସରକାର ସବ୍‌କା ସାଥ୍‌, ସବ୍‌ କା ବିଶ୍ୱାସ ଏବଂ ସବ୍‌ କା ବିକାଶ ମନ୍ତ୍ର ନେଇ ବିଭିନ୍ନ କ୍ଷେତ୍ରରେ ସଫଳତା ଲାଭ କରିଛି। ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଭାରତ ପୃଥିବୀର ଆର୍ଥିକ କ୍ଷେତ୍ରରେ ସୁପରପାଓ୍ବାର ହୋଇପାରିଛି। ମୋଦିଙ୍କ ନେତୃତ୍ୱରେ ସରକାର ଏକ ଭାରତ, ଶ୍ରେଷ୍ଠ ଭାରତ ଅଭିଯାନ ଲକ୍ଷ୍ୟପଥରେ ଅଗ୍ରସର ହେବାରେ ଲାଗିଛି। ଗୋଟିଏ ବର୍ଷ ମଧ୍ୟରେ ତିନି ତଲାକ୍‌, ଅନୁଚ୍ଛେଦ ୩୭୦ ଉଚ୍ଛେଦ, ରାମଜନ୍ମଭୂମି ସମସ୍ୟାର ସମାଧାନ ଆଦି ସମ୍ଭବ ହୋଇ ପାରିଛି। ସେହିପରି ଜାତୀୟ ନାଗରିକ ପଞ୍ଜିକାର ମଧ୍ୟ ପ୍ରଣୟନ ହୋଇପାରିଛି। ଅପରପକ୍ଷରେ ଦେଶରେ କୃଷକ ଏବଂ ଯୁବବର୍ଗଙ୍କ ବିକାଶ ପାଇଁ ବହୁ କାର୍ଯ୍ୟକ୍ରମ ସରକାର ହାତକୁ ନେଇଛନ୍ତି। ବର୍ତ୍ତମାନର କରୋନା ମହାମାରୀ ସଙ୍କଟ ସମୟରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶର ୮୦ କୋଟିରୁ ଅଧିକ ଲୋକଙ୍କୁ ପ୍ରଶାସନିକ ସେବା ଯୋଗାଣ ଅବ୍ୟାହତ ରହିଥିବା ଯୋଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri