ମୋଦିଙ୍କ ପରେ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ନଜର ଆସିବେ ସାଉଥ୍‌ ସୁପରଷ୍ଟାର

ବେଙ୍ଗାଲୁରୁ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ସାଉଥ ସୁପରଷ୍ଟାର ରଜନୀକାନ୍ତ ବିୟର ଗ୍ରୀଲ୍ସଙ୍କ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ନଜର ଆସିବେ। ମଙ୍ଗଳବାର କର୍ନାଟକ ବାନ୍ଦିପୁରର ଟାଇଗର ରିଜର୍ଭ ଆଣ୍ଡ ନ୍ୟାଶନାଲ ପାର୍କରେ ବିୟରଙ୍କ ସହ ରଜନୀକାନ୍ତଙ୍କ ଶୁଟିଂ ଆରମ୍ଭ ହୋଇଛି। ଏନେଇ କର୍ନାଟକ ଜଙ୍ଗଲ ବିଭାଗ ପକ୍ଷରୁ ସୂଚନା ମିଳିଛି। ଶୁଟିଂ ହେଉଥିବା ସ୍ଥାନର ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ରଜନୀକାନ୍ତ ନିଜ ଟିମ୍‌ଙ୍କ ସହ ଯାଉଥିବାର ଦେଖିବାକୁ ମିଳିଛି। ସୂଚନା ମୁତାବକ ଏହି ଶୁଟିଂ ଦୀର୍ଘ ୩ ଦିନ ଧରି ଚାଲିବ। ଏଥିରେ ରଜନୀକାନ୍ତ ଓ ବିୟର ବାନ୍ଦିପୁର ଜଙ୍ଗଲ ଓ ପ୍ରାକୃତିକ ପରିବେଶ ବିଷୟରେ ଆଲୋଚନା କରିବେ। ଏହି ଶୁଟିଂ ପାଇଁ ସୋମବାର ରାତିରେ ବିୟର ନିଜର ୧୮ଜଣ କ୍ରିୟୁ ମେମ୍ବର ସହ ଗୁଣ୍ଡଲୁପେଟ ଟାଉନ୍‌ରେ ପହଞ୍ଚିଥିଲେ। ସେହିପରି ରଜନୀକାନ୍ତ ମଧ୍ୟ ବାନ୍ଦିପୁରର ଏକ ହୋଟେଲରେ ରହିଥିବା ଜଣାପଡ଼ିଛି। ଜଙ୍ଗଲ ବିଭାଗ ପକ୍ଷରୁ ସମସ୍ତଙ୍କ ପାଇଁ ଗାଡିର ବ୍ୟବସ୍ଥା କରାଯାଇଛି। ଏହା ପୂର୍ବରୁ ଏହି ଶୋ’ରେ ପ୍ରଧାନମନ୍ତ୍ରୀ ମୋଦି ନଜର ଆସିଥିଲେ। ୨୦୧୯ ଅଗଷ୍ଟ ୧୨ରେ ଡିସ୍କଭରି ଚ୍ୟାନେଲର ପପୁଲାର ଶୋ’ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ବିୟରଙ୍କ ସହ ମୋଦିଙ୍କୁ ଦେଖିବାକୁ ମିଳିଥିଲା। ତାଙ୍କର ଏହି ଶୋ’କୁ ଉତ୍ତରାଖଣ୍ଡର ଜିମ୍‌ କାର୍ବେଟ ନ୍ୟାଶନାଲ ପାର୍କରେ ଶୁଟିଂ କରାଯାଇଥିବା ବେଳେ ଏଥିରେ ମୋଦି ନିଜର ଆଡ୍‌ଭେଞ୍ଚର ଓ କେତେକ ଅନୁଭୂତିକୁ ଶେୟାର କରିଥିଲେ। ତେବେ ରଜନୀକାନ୍ତ ହେଉଛନ୍ତି ଦ୍ୱିତୀୟ ଭାରତୀୟ ଯିଏ ଏହି ଶୋ’ରେ ନଜର ଆସିବେ। ଏଥିରେ ତାଙ୍କ ସହ ଜଡିତ ଥିବା କେତେକ କୌତୁହଳ ଅନୁଭୂତି ବିଷୟରେ ଜାଣିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri