ମୋଦିଙ୍କ ପ୍ୟାକେଜ ଘୋଷଣାରେ ଅସନ୍ତୋଷ ବ୍ୟକ୍ତ କଲେ ମମତା

କୋଲକାତା,୨୨।୫:ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ତେବେ ମୋଦିଙ୍କ ଏହି ପ୍ୟାକେଜ ଘୋଷଣାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବାତ୍ୟା ଅମ୍ଫନ୍‌ ଯୋଗୁ ପଶ୍ଚିମବଙ୍ଗରେ ୧ ଲକ୍ଷ କୋଟି ଟଙ୍କାର କ୍ଷତି ହୋଇଥିବା ବେଳେ ମୋଦି ୧ ହଜାର କୋଟି ଟଙ୍କା ଘୋଷଣା କରିଛନ୍ତି। ଏତିକି ଟଙ୍କାରେ କ’ଣ ହେବ ବୋଲି ମମତା ପ୍ରଶ୍ନ କରିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି, କେନ୍ଦ୍ର ସରକାରଙ୍କ ପାଖରେ ଆମର ୫୬ ହଜାର କୋଟି ଟଙ୍କା ବାକି ପଡ଼ିଛି। ସେ ଟଙ୍କା ଏପର୍ଯ୍ୟନ୍ତ ମିଳି ନ ଥିବା ବେଳେ ଶୁକ୍ରବାର ଘୋଷଣା ହୋଇଥିବା ଟଙ୍କା କେବେ ମିଳୁଛି ସେନେଇ ମଧ୍ୟ କିଛି ଜଣାନାହିଁ ବୋଲି ମମତା କହିଛନ୍ତି। ସୂଚନାଯୋଗ୍ୟ, ବାତ୍ୟା ଅମ୍ଫନ୍‌ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହି ବାତ୍ୟାରେ ୮୦ ଜଣ ଲୋକ ପ୍ରାଣ ହରାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri