Posted inଜାତୀୟ

ମୋଦିଙ୍କ ଭାଷଣ ପ୍ରସାରଣ ନ କରିବାରୁ ଚେନ୍ନାଇ ଦୂରଦର୍ଶନ ଅଧିକାରୀ ନିଲମ୍ବିତ

ଚେନ୍ନାଇ,୨।୧୦: ପ୍ରସାର ଭାରତୀ ପକ୍ଷରୁ ଚେନ୍ନାଇ ଦୂରଦର୍ଶନ କେନ୍ଦ୍ର ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଆଇଆଇଟି ମାଡ୍ରାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଉଥିବା ଭାଷଣକୁ ଦୂରଦର୍ଶନରେ ପ୍ରସାରଣ ନ କରିବାରୁ ଚେନ୍ନାଇ ଦୂରଦର୍ଶନ କେନ୍ଦ୍ରର ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆର ବସୁମତିଙ୍କୁ ନିଲମ୍ବନ କରାଯାଇଛି। ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ରେ ଆଇଆଇଟି ମାଡ୍ରାସର ଦୀକ୍ଷାନ୍ତ ସମାରୋହରେ ମୋଦି ଯୋଗଦେଇଥିଲେ। ଏହି ଅବସରରେ ସେ ସେଠାରେ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହାକୁ ଦୂରଦର୍ଶନର ପୋଡ଼ିଗଇ ଟିଭିରେ ପ୍ରସାରଣ କରିବାକୁ ବରିଷ୍ଠ ଅଧିକାରୀମାନେ ଅନୁମତି ଦେଇଥିଲେ। କିନ୍ତୁ ବସୁମତି ଜାଣିଶୁଣି ପ୍ରସାରଣକୁ ଅଟକାଇ ଦେଇଥିଲେ। ତେବେ ସିଭିଲ ସର୍ଭିସ ନିୟମ ୧୯୬୫ ଅନୁସାରେ ବସୁମତିଙ୍କୁ ନିଲମ୍ବିତ କରାଯାଇଛି ବୋଲି ପ୍ରସାର ଭାରତୀ ପକ୍ଷରୁ ଏକ ଲେଟର ଜାରି କରାଯାଇଛି। ତେବେ ବସୁମତିଙ୍କୁ କାହିଁକି ନିଲମ୍ବନ କରାଗଲା, ତା’ର କାରଣ ଏବେ ପର୍ଯ୍ୟନ୍ତ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?