ମୋଦିଙ୍କ ଲୋକପ୍ରିୟତା ବଢ଼ାଇଲା କରୋନା

ନୂଆଦିଲ୍ଲୀ,୧୯ା୫: ଭାରତକୁ କରୋନା ଭୂତାଣୁ ଆସିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ଭବତଃ ତାଙ୍କ କାର୍ଯ୍ୟକାଳର ସବୁଠୁ ବଡ଼ ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲେ। ସରକାର ବିରୋଧୀ ବିକ୍ଷୋଭ ଦେଶର ବିଭିନ୍ନ ଭାଗରେ ମୁଣ୍ଡ ଟେକିଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ସାମ୍ପ୍ରଦାୟିକ ଦଙ୍ଗା ଦେଖାଦେଇଥିଲା। ଦେଶର ଅର୍ଥନୀତି ନିମ୍ନଗାମୀ ହେବା ସହ ନିଯୁକ୍ତି ହ୍ରାସ ପାଇଥିଲା। ଏହା ପରେ ସାରା ବିଶ୍ୱ କରୋନା ମହାମାରୀ କବଳରେ ପଡିବା ସହ ଭାରତର ଅର୍ଥନୀତିରେ ଅଧିକ ସଙ୍କଟ ଦେଖାଦେଲା। ତେବେ କୋଭିଡ୍‌-୧୯ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି ଲୋକମାନଙ୍କ ସମର୍ଥନ ବୃଦ୍ଧି ପାଇଛି। ନିକଟରେ ହୋଇଥିବା ଜନମତ ସର୍ଭେରୁ ଜଣାପଡିଛି ଗତ କିଛି ମାସ ମଧ୍ୟରେ ମୋଦିଙ୍କ ଲୋକପ୍ରିୟତା ଯଥେଷ୍ଟ ବୃଦ୍ଧି ପାଇ ୮୦ରୁ ୯୦ ପ୍ରତିଶତରେ ପହଞ୍ଚତ୍ପାରିଛି। ଏପରିକି କୋଭିଡ୍‌-୧୯ ସଙ୍କଟର ମୁକାବିଲା କରିବାରେ ମୋଦି ଅନ୍ୟ ଦୁଇ ଲୋକପ୍ରିୟ ନେତା ଡୋନାଲ୍ଡ ଟ୍ରମ୍ପ୍‌ ଓ ଭ୍ଲାଡିମିର ପୁଟିନଙ୍କଠାରୁ ଆଗରେ ରହିଛନ୍ତି। ଭାରତ ଯଦି କରୋନା ସଙ୍କଟରୁ ମୁକ୍ତ ହୋଇଯାଏ ତେବେ ମୋଦିଙ୍କ ଲୋକପ୍ରିୟତା ଆହୁରି ସୁଦୃଢ଼ ହୋଇଯିବ ବୋଲି କେତେଜଣ ବିଶ୍ଳେଷକ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri