Posted inଜାତୀୟ

ମୋଦିଙ୍କ ସହ ନିର୍ବାଚନକୁ ନେଇ ନୁହେଁ କରୋନାକୁ ନେଇ ହେଲା ଚର୍ଚ୍ଚା: ମମତା

ନୂଆଦିଲ୍ଲୀ,୨୭ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ୫ ଦିନିଆ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମରେ ସୋମବାର ସନ୍ଧ୍ୟାରେ ରାଜଧାନୀରେ ପହଞ୍ଚିଥିଲେ । ମଙ୍ଗଳବାର ସେ ରାଜନୀତିର ଚାଣକ୍ୟ କୁହାଯାଉଥିବା ବା ରାଜନୀତି ପରାମର୍ଶଦାତା ପ୍ରଶାନ୍ତ କିଶୋରଙ୍କୁ ଭେଟିଥିଲେ । ଏହାସହ କଂଗ୍ରେସ ନେତା ଆନନ୍ଦ ଶର୍ମା ଓ କମଲନାଥଙ୍କୁ ମଧ୍ୟ ସାକ୍ଷାତ୍ କରିଥିଲେ । ବୁଧବାର ସକାଳେ ୧୦ ଜନପଥରେ ମମତା କଂଗ୍ରେସ ଅଧ୍ୟକ୍ଷା ସୋନିଆଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟା ପ୍ରାୟ ୪ଟାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ । ମୋଦିଙ୍କ ସହ ସାକ୍ଷାତ୍ ସମୟର ସେ ନିର୍ବାଚନକୁ ନେଇ ନୁହେଁ ବରଂ କରୋନା ମହାମାରୀକୁ ନେଇ ଚର୍ଚ୍ଚା କରିଥିବା କହିଛନ୍ତି । ପଶ୍ଚିମବଙ୍ଗକୁ ଆବଶ୍ୟକ ପରିମାଣର ଭ୍ୟାକ୍ସିନ ମିଳି ନ ଥିବା ବେଳେ ଆହୁରି ଅଧିକ ଭ୍ୟାକ୍ସିନ ଡିମାଣ୍ଡ କରିଥିଲେ ମମତା । ମୋଦି ମଧ୍ୟ ତୃତୀୟ ଲହର ଆସିବା ପୂର୍ବରୁ ସମସ୍ତଙ୍କୁ ଟିକା ଦେବାକୁ କହିଥିଲେ । ମମତା ଆହୁରି ମଧ୍ୟ ପେଗାସସ ଇସ୍ୟୁକୁ ନେଇ ସେ ସର୍ବଦଳୀୟ ବୈଠକ କଥା ମୋଦିଙ୍କୁ କହିଥିବା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri