Posted inଜାତୀୟ

ମୋଦିଙ୍କ ସୁରକ୍ଷା ଲାଗି ବଜେଟରେ ୬ଶହ କୋଟି

ନୂଆଦିଲ୍ଲୀ,୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ପେଶାଲ ପ୍ରୋଟେକଶନ୍‌ ଗ୍ରୁପ(ଏସ୍‌ପିଜି)ଲାଗି ଏଥର ସରକାର ବଜେଟରେ ପ୍ରାୟ ୬ଶହ କୋଟି ଟଙ୍କାର ବ୍ୟୟ ବରାଦ ରଖିଛନ୍ତି। ଗତବର୍ଷ ଏହି ସୁରକ୍ଷା ବଜେଟକୁ ୪୨୦କୋଟିରୁ ବୃଦ୍ଧି କରି ୫୪୦ କୋଟି କରାଯାଇଥିଲା। ଏଥର ଏହାକୁ ପ୍ରାୟ ୬ଶହ କୋଟି କରାଯାଇଛି ବୋଲି ଜଣାପଡିଛି। ଏବେ ପ୍ରଧାନମନ୍ତ୍ରୀ ହେଉଛନ୍ତି ଏକମାତ୍ର ବ୍ୟକ୍ତି ଯାହାଙ୍କ ସୁରକ୍ଷା ପାଇଁ ପ୍ରାୟ ୩ହଜାର ଷ୍ଟ୍ରଙ୍ଗ ସ୍ପେଶାଲ ସିକ୍ୟୁରିଟି ଗ୍ରୁପର ବ୍ୟବସ୍ଥା କରାଯାଇଛି। ଗତବର୍ଷ ନଭେମ୍ବରରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସୁରକ୍ଷା ବ୍ୟବସ୍ଥାରେ ସଂଶୋଧନ କରାଯାଇ ଏସ୍‌ପିଜି ସୁରକ୍ଷାକୁ ହଟାଇ ଦିଆଯାଇଥିଲା। ସେହିପରି ଗତବର୍ଷ ଅଗଷ୍ଟ ମାସରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଏସ୍‌ପିଜି ସୁରକ୍ଷାକୁ ମଧ୍ୟ ହଟାଇ ଦିଆଯାଇଥିଲା। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେଗୌଡା ଓ ଭିପି ସିଂଙ୍କ ନିକଟରୁ ମଧ୍ୟ ଏସ୍‌ପିଜି ସୁରକ୍ଷାକୁ ପୂର୍ବରୁ ହଟାଇ ଦିଆଯାଇଥିଲା। ସୂଚନାଯୋଗ୍ୟ, ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ମୃତ୍ୟୁର ଗୋଟିଏ ବର୍ଷ ପରେ ଅର୍ଥାତ୍‌ ୧୯୮୫ରେ ଏସ୍‌ପିଜି ଗଠନ କରାଯାଇଥିଲା। ଏହା କେବଳ ପ୍ରଧାନମନ୍ତ୍ରୀଙ୍କୁ ସୁରକ୍ଷା ଦେବା ଲାଗି ଉଦ୍ଦିଷ୍ଟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri