Posted inଜାତୀୟ

ମୋଦି ଅତିଥିଙ୍କ ପାଇଁ ‘ଶାହୀ ଦାଓ୍ବତ’

ନୂଆଦିଲ୍ଲୀ,୨୯।୫: ନରେନ୍ଦ୍ର ମୋଦି ଔପଚାରିକତା ଭାବେ ଦ୍ୱିତୀୟ ଥର ପାଇଁ ଗୁରୁବାର ପ୍ରଧାନମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ସମାରୋହ ଲାଗି ନୂଆଦିଲ୍ଲୀର ରାଇସିନା ହିଲ ସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ବ୍ୟାପକ ଆୟୋଜନ ଓ ପ୍ରସ୍ତୁତି କରାଯାଇଛି। ଏହି ଶପଥ ଗ୍ରହଣରେ ଦେଶ ବିଦେଶରୁ ପ୍ରାୟ ୬ହଜାର ୫ଶହ ହାଇପ୍ରୋଫାଇଲ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ସନ୍ଧ୍ୟା ୭ଟାରେ ଆୟୋଜିତ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିବା ଅତିଥିମାନଙ୍କ ପାଇଁ ରାତ୍ର ଭୋଜନର ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଅତିଥିଙ୍କ ପାଇଁ ‘ଶାହୀ ଦାଓ୍ବତ’ର ବ୍ୟବସ୍ଥା କରାଯାଇଛି। ଏଥିରେ ରାଷ୍ଟ୍ରପତି ଭବନର ପ୍ରମୁଖ ରାନ୍ଧୁଣିଆମାନଙ୍କ ଦ୍ୱାରା ପ୍ରସ୍ତୁତ ଉଭୟ ଆମିଷ ଓ ନିରାମିଷର ଏକାଧିକ ବ୍ୟଞ୍ଜନ ରହିଛି। ଏହି ରାତ୍ର ଭୋଜନରେ ଖାସ୍‌ ବ୍ୟଞ୍ଜନ ରହିଛି ରାଷ୍ଟ୍ରପତି ଭବନର ‘ସିଗ୍ନେଚର୍‌ ଡିସ୍‌’ ରୂପେ ଖ୍ୟାତ ‘ଡାଲ ରାଇସିନା’। ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବା ପୂର୍ବରୁ ଆସିଥିବା ଅତିଥିଙ୍କ ପାଇଁ ‘ହାଇ-ଟି’ ପ୍ରଦାନ କରାଯିବ। ଏଥିରେ ଚା’, କଫି, ଲେମ୍ବୁ ସରବତ୍‌ଠାରୁ ଆରମ୍ଭ କରି ନିରାମିଷ ଓ ଆମିଷରେ ଅନେକ ପ୍ରକାରର ଜଳଖିଆ ରହିବ। ନିରାମିଷରେ ବିଭିନ୍ନ ପ୍ରକାରର ସିଙ୍ଗଡ଼ା ଓ ପକୋଡ଼ା ରହିଥିବା ବେଳେ ଆମିଷରେ ବିଭିନ୍ନ କିସମର କଟ୍‌ଲେଟ୍‌ ସହ ପକୋଡ଼ା ମଧ୍ୟ ରହିଛି। ଆଉ ମିଠାରେ ରହିଛି ରାଜଭୋଗ। ଏହି ବ୍ୟଞ୍ଜନଗୁଡ଼ିକ ତିଆରି ପାଇଁ ୪୮ଘଣ୍ଟାର ସମୟ ଲାଗୁଥିବାରୁ ରାଷ୍ଟ୍ରପତି ଭବନର ରାନ୍ଧୁଣିଆମାନେ ମଙ୍ଗଳବାରଠାରୁ ପ୍ରସ୍ତୁତି ଆରମ୍ଭ କରିସାରିଲେଣି। ଚଳିତ ବର୍ଷ ସମାରୋହର ପ୍ରସ୍ତୁତି ପ୍ରାୟ ୨୦୧୪ ଭଳି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri