Posted inଜାତୀୟ

ମୋଦି ଧ୍ୟାନରେ ବସିଥିବା ଗୁମ୍ଫାକୁ ଏବେ ଲୋକଙ୍କ ସୁଅ ଛୁଟୁଛି: ଅକ୍ଟୋବର ପର୍ଯ୍ୟନ୍ତ ବୁକିଂ ଶେଷ

ଡେରାଡୁନ୍‌,୧୩।୯: ୨୦୧୯ ଲୋକ ସଭା ନିର୍ବାଚନ ଶେଷ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର ଶେଷ ହେବାର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥ ଯାଇ ପୂଜାର୍ଚ୍ଚନା କରି ସେଠାରେ ଥିବା ଏକ ଗୁମ୍ଫାରେ ଧ୍ୟାନରେ ବସିଥିଲେ। ଏହି ଗୁମ୍ଫାକୁ ଏବେ ପ୍ରତିଦିନ ଲୋକଙ୍କ ସୁଅ ଛୁଟୁଛି। ଏପରିକି ଆସନ୍ତା ଅକ୍ଟୋବର ପର୍ଯ୍ୟନ୍ତ ଗୁମ୍ଫାକୁ ଯିବା ପାଇଁ ସମସ୍ତ ଟିକେଟ ବୁକିଂ ଶେଷ ହୋଇଛି ବୋଲି ଜଣାପଡିଛି। ଦେଶରେ ଏବେ ଏହି ସ୍ଥାନ ଏକ ସ୍ବତନ୍ତ୍ର ପର୍ଯ୍ୟଟନସ୍ଥଳୀ ଭାବେ ପରିଣତ ହୋଇଛି। ସୂଚନାଯୋଗ୍ୟ, ମୋଦି ମେ ୧୮ରେ କେଦାରନାଥ ଦର୍ଶନ ପାଇଁ ଯାଇଥିଲେ। ସେଠାରେ ଏକ ଗୁମ୍ଫାରେ ସାରା ରାତି ଧ୍ୟାନରେ ବସିଥିଲେ ମୋଦି। ସେତେବେଳେ ଏହାକୁ ନେଇ ଗଣମାଧ୍ୟମରେ ଖୁବ୍‌ ଚର୍ଚ୍ଚା ହୋଇଥିଲା। ପରେ ଏହି ଗୁମ୍ଫାକୁ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଜମିଥିଲା। ଗତ ୬୫ ଦିନରେ ୪୬ଜଣ ଶ୍ରଦ୍ଧାଳୁ ଏଠାରେ ଧ୍ୟାନରେ ବସିସାରିଲେଣି। ଏହି ଗୁମ୍ଫାରେ ଗୋଟିଏ ରାତି ଧ୍ୟାନରେ ବସିବାକୁ ହେଲେ ୧୫୦୦ ଟଙ୍କା ଏବଂ ଦିନସାରା ବସିବାକୁ ୯୯୦ ଟଙ୍କା ଶୁଳ୍କ ନିଆଯାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri