Posted inଜାତୀୟ

ମୋଦି-ବୋରିସ୍‌ ଆଲୋଚନା

ନୂଆଦିଲ୍ଲୀ,୨୧ା୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ବ୍ରିଟିଶ ପ୍ରତିପକ୍ଷ ବୋରିସ୍‌ ଜନ୍‌ସନଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି। ଏହି ଅବସରରେ ସେ ବ୍ରିଟେନରେ ଥିତ୍ବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା ପ୍ରସଙ୍ଗ ଜନ୍‌ସନଙ୍କ ଦୃଷ୍ଟିକୁ ଆଣିଥିଲେ। ଅଗଷ୍ଟ ୧୫ରେ କିଛି ପାକିସ୍ତାନୀ ଉକ୍ତ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିଥିଲେ। ଏହି ଘଟଣା ପାଇଁ ବ୍ରିଟିଶ ପ୍ରଧାନମନ୍ତ୍ରୀ ଦୁଃଖପ୍ରକାଶ କରିବା ସହ ଭାରତୀୟ ମିଶନର ସୁରକ୍ଷା ପାଇଁ ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
୭୩ତମ ସ୍ବାଧୀନତା ଦିବସ ପାଳନ ଲାଗି ଭାରତୀୟ ତଥା ଭାରତୀୟ ବଂଶୋଦ୍ଭବମାନେ ଲଣ୍ଡନସ୍ଥିତ ଉଚ୍ଚାୟୁକ୍ତ କାର୍ଯ୍ୟାଳୟ ବାହାରେ ଛିଡ଼ାହୋଇଥିବାବେଳେ ବିଚ୍ଛିନ୍ନତାବାଦୀ ଶିଖ୍‌ଙ୍କ ସମେତ ପାକିସ୍ତାନ ପ୍ରାୟୋଜିତ ବିକ୍ଷୋଭକାରୀ ସେମାନଙ୍କ ଉପରକୁ ଅଣ୍ଡା ଓ ପାଣି ବୋତଲ ମାଡ଼ କରିଥିଲେ। ଉଚ୍ଚାୟୁକ୍ତ କାର୍ଯ୍ୟାଳୟ ଉପରକୁ ସେମାନେ ଢ଼େଲା ଫିଙ୍ଗିବା ସହ ତ୍ରିରଙ୍ଗାକୁ ନଷ୍ଟ କରିଦେଇଥିଲେ। ସେମାନେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଭାରତ, ୟୁରୋପ ସମେତ ସମଗ୍ର ବିଶ୍ୱ ଆତଙ୍କବାଦ ଜନିତ ବିପଦର ସମ୍ମୁଖୀନ। ଉଗ୍ରବାଦ, ହିଂସା, ଅସହିଷ୍ଣୁତା ବିରୋଧରେ ପ୍ରଭାବଶାଳୀ ପଦକ୍ଷେପ ଗ୍ରହଣ କରିବା ଉପରେ ପ୍ରଧାନମନ୍ତ୍ରୀ ମୋଦି ଗୁରୁତ୍ୱାରୋପ କରିଥିଲେ। ଆଇଏସ୍‌ ଭଳି ଆତଙ୍କବାଦୀ ସଂଗଠନଗୁଡିକ କାୟା ବିସ୍ତାର କରୁଥିବା ସମ୍ପର୍କରେ ସେ ଜନ୍‌ସନଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri