Posted inଜାତୀୟ

ମୋଦି-ବୋରିସ୍‌ ଆଲୋଚନା

ନୂଆଦିଲ୍ଲୀ,୨୧ା୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ବ୍ରିଟିଶ ପ୍ରତିପକ୍ଷ ବୋରିସ୍‌ ଜନ୍‌ସନଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି। ଏହି ଅବସରରେ ସେ ବ୍ରିଟେନରେ ଥିତ୍ବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା ପ୍ରସଙ୍ଗ ଜନ୍‌ସନଙ୍କ ଦୃଷ୍ଟିକୁ ଆଣିଥିଲେ। ଅଗଷ୍ଟ ୧୫ରେ କିଛି ପାକିସ୍ତାନୀ ଉକ୍ତ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିଥିଲେ। ଏହି ଘଟଣା ପାଇଁ ବ୍ରିଟିଶ ପ୍ରଧାନମନ୍ତ୍ରୀ ଦୁଃଖପ୍ରକାଶ କରିବା ସହ ଭାରତୀୟ ମିଶନର ସୁରକ୍ଷା ପାଇଁ ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
୭୩ତମ ସ୍ବାଧୀନତା ଦିବସ ପାଳନ ଲାଗି ଭାରତୀୟ ତଥା ଭାରତୀୟ ବଂଶୋଦ୍ଭବମାନେ ଲଣ୍ଡନସ୍ଥିତ ଉଚ୍ଚାୟୁକ୍ତ କାର୍ଯ୍ୟାଳୟ ବାହାରେ ଛିଡ଼ାହୋଇଥିବାବେଳେ ବିଚ୍ଛିନ୍ନତାବାଦୀ ଶିଖ୍‌ଙ୍କ ସମେତ ପାକିସ୍ତାନ ପ୍ରାୟୋଜିତ ବିକ୍ଷୋଭକାରୀ ସେମାନଙ୍କ ଉପରକୁ ଅଣ୍ଡା ଓ ପାଣି ବୋତଲ ମାଡ଼ କରିଥିଲେ। ଉଚ୍ଚାୟୁକ୍ତ କାର୍ଯ୍ୟାଳୟ ଉପରକୁ ସେମାନେ ଢ଼େଲା ଫିଙ୍ଗିବା ସହ ତ୍ରିରଙ୍ଗାକୁ ନଷ୍ଟ କରିଦେଇଥିଲେ। ସେମାନେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଭାରତ, ୟୁରୋପ ସମେତ ସମଗ୍ର ବିଶ୍ୱ ଆତଙ୍କବାଦ ଜନିତ ବିପଦର ସମ୍ମୁଖୀନ। ଉଗ୍ରବାଦ, ହିଂସା, ଅସହିଷ୍ଣୁତା ବିରୋଧରେ ପ୍ରଭାବଶାଳୀ ପଦକ୍ଷେପ ଗ୍ରହଣ କରିବା ଉପରେ ପ୍ରଧାନମନ୍ତ୍ରୀ ମୋଦି ଗୁରୁତ୍ୱାରୋପ କରିଥିଲେ। ଆଇଏସ୍‌ ଭଳି ଆତଙ୍କବାଦୀ ସଂଗଠନଗୁଡିକ କାୟା ବିସ୍ତାର କରୁଥିବା ସମ୍ପର୍କରେ ସେ ଜନ୍‌ସନଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ପ୍ରଚାର କରିପାରିବେନି ଏହି କଂଗ୍ରେସ ଏମପି

ନୂଆଦିଲ୍ଲୀ,୧୬।୪: କଂଗ୍ରେସର ଜଣେ ନେତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। ରାଜ୍ୟ ସଭା ଏମପି ରଣଦୀପ ସୂର୍ଯ୍ୟେୱାଲଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ...

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ...

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି...

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି।...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri