Posted inଜାତୀୟ

ମୋଦି-ଶାହ ଆଇନଜୀବୀଙ୍କ ଭଳି କଥା କହିବା ବନ୍ଦ କରନ୍ତୁ: ସିଙ୍ଘଓ୍ବୀ

ନୂଆଦିଲ୍ଲୀ,୨୫।୧୨: ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ନେଇ କଂଗ୍ରେସ ଭାଜପା କୁ ଘେରିବାରେ ଲାଗିଛି। ଏହି ମର୍ମରେ ବରିଷ୍ଠ କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଓ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ମୋଦି-ଶାହ ଏସବୁ ପ୍ରସଙ୍ଗରେ ଜଣେ ଜଣେ ଆଇନଜୀବୀ ଭଳି କଥା କହୁଛନ୍ତି। ସେମାନେ ଏଭଳି କଥା କହିବା ବନ୍ଦ କରନ୍ତୁ ବୋଲି ସେ କହିଛନ୍ତି। ମୋଦି ଏନ୍‌ଆର୍‌ସି ସମ୍ପର୍କରେ ସଂସଦ ଅବା କ୍ୟାବିନେଟ୍‌ରେ ଆଲୋଚନା ହୋଇ ନ ଥିବା କହିଥିବାବେଳେ ଏବେ ଶାହ ଏହାକୁ ସମଗ୍ର ଦେଶରେ ଲାଗୁ କରାଯିବ ବୋଲି କହୁଛନ୍ତି। ଦେଶର ବହୁ ରାଜ୍ୟ ଏନ୍‌ଆର୍‌ସି ଲାଗୁ କରିବାକୁ ଅମଙ୍ଗ ହେଉଛନ୍ତି। ସେସବୁ ରାଜ୍ୟ ମଧ୍ୟରେ ରାଜସ୍ଥାନ, ବିହାର, ପଶ୍ଚିମବଙ୍ଗ, କେରଳ, ଦିଲ୍ଲୀ, ମଧ୍ୟପ୍ରଦେଶ, ଛତିଶଗଡ଼, ଆସାମ, ତେଲଙ୍ଗାନା ଏବଂ ଉତ୍ତରପୂର୍ବ ରାଜ୍ୟ ସାମିଲ୍‌ ଅଛନ୍ତି। ସେହିପରି କଂଗ୍ରେସ ସମେତ ଭାଜପାର ବହୁ ସହଯୋଗୀ ଦଳ ମଧ୍ୟ ଏଥିପାଇଁ ସହମତ ହେଉ ନ ଥିବା ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri