Posted inଜାତୀୟ

ମୋଦି ସରକାରଙ୍କ ଶହେ ଦିନର ସଫଳତା ବଖାଣିବେ ୧୭ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଶହେ ଦିନର ସଫଳତା ସମ୍ପର୍କରେ ୧୭ କେନ୍ଦ୍ରମନ୍ତ୍ରୀ ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହେବାକୁଥିବା କାର୍ଯ୍ୟକ୍ରମରେ ବେଖାଣିବେ। ସେପ୍ଟେମ୍ବର ୯ ଏବଂ ୧୦ରେ ଏନେଇ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଜମ୍ମୁ, ଶିମଲା, ଚଣ୍ଡିଗଡ଼, ମୁମ୍ବାଇ, ରାଞ୍ଚି ସମେତ ଅନ୍ୟ ସ୍ଥାନରେ ମଧ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମୁମ୍ବାଇରେ ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ କୋଲକତାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସରକାରଙ୍କ ଶହେ ଦିନର ରିପୋର୍ଟ କାର୍ଡ ସମ୍ପର୍କରେ ଜଣାଇବେ। ଚେନ୍ନାଇରେ ହେବାକୁଥିବା କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଯୋଗଦେବେ। ସେହିପରି ରାମବିଳାସ ପାସଓ୍ବାନ ପାଟନାରେ, ରବିଶଙ୍କର ପ୍ରସାଦ ଅହମ୍ମଦାବାଦ୍‌ରେ, ହରସିମ୍‌ରତ କୌର ବାଦଲ ଚଣ୍ଡିଗଡ଼ରେ, ଥାଓ୍ବରଚାନ୍ଦ ଗେହଲଟ୍‌ ରାୟପୁରରେ, ଅର୍ଜୁନ ମୁଣ୍ଡା ରାଞ୍ଚିରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ମୁକ୍ତାର ଅବ୍ବାସ୍‌ ନକଭୀ ଆହ୍ଲାବାଦ୍‌ରେ, ପ୍ରହଲାଦ ଯୋଶୀ ଗୋଆରେ, ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌ ଜୟପୁରରେ, ରମେଶ ପୋଖରିୟାଲ୍‌ ଡେରାଡୁନ୍‌ର ନିଶଙ୍କରେ, ଜିତେନ୍ଦ୍ର ସିଂ ଜମ୍ମୁରେ, ରାଜକୁମାର ସିଂ ହାଇଦ୍ରାବାଦ୍‌ରେ, ମନସୁଖ୍‌ ଏଲ୍‌. ମାଣ୍ଡଭ୍ୟ ଭୁବନେଶ୍ୱରରେ, ଅନୁରାଗ ଠାକୁର ଶିମଲାରେ ଏବଂ ନରେନ୍ଦ୍ର ସିଂ ତୋମର ଗ୍ବାଲିୟରରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି ସରକାରଙ୍କ ସଫଳତା ସମ୍ପର୍କରେ ସୂଚନା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଏନଡିଏରେ ଯୋଗଦେବାର ୮ ମାସ ପରେ ପ୍ରଫୁଲ ପଟେଲଙ୍କ ବିରୋଧରେ କେସ୍ ବନ୍ଦ କଲା ସିବିଆଇ

ନୂଆଦିଲ୍ଲୀ,୨୯।୩: ଏନସିପି ନେତା ପ୍ରଫୁଲ୍ଲ ପଟେଲ, ଅଜିତ ପାୱାର ଏବଂ ଅନ୍ୟ ଦଳର ନେତାମାନେ ଏନଡିଏରେ ଯୋଗଦେବା ପରେ ଆଠ ମାସ ପରେ ସିବିଆଇ ଏୟାର...

ଦିଲ୍ଲୀରେ ଚାଲିବ ‘କେଜରିଓ୍ବାଲ ଆଶୀର୍ବାଦ’ ଅଭିଯାନ: ସୁନୀତା

ନୂଆଦିଲ୍ଲୀ,୨୯।୩: ଏହି ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇଡି ହେପାଜତରେ ଅଛନ୍ତି। କୋର୍ଟ ତାଙ୍କ ରିମାଣ୍ଡ...

ଏଠାରେ ବିଧାୟକଙ୍କୁ ଦରକାର ଗଧ, ସରକାରଙ୍କୁ କଲେ ଡିମାଣ୍ଡ

ଜୟପୁର,୨୯।୩: ଦେଶକୁ ସଫା ସୁତୁରା ରଖିବା ପାଇଁ ସରକାର ଅନେକ କାର୍ଯ୍ୟକ୍ରମ ଚଳାଇଛନ୍ତି। ଏଥିରେ ପ୍ରତ୍ୟେକ ଘରୁ ଅଳିଆ ସଂଗ୍ରହ କରିବାକୁ ଏକ ଅଳିଆ ଭ୍ୟାନ...

କଶ୍ମୀରର କେଶର, ତାମିଲନାଡୁର ମୋତି… ଜାଣନ୍ତୁ ବିଲ ଗେଟ୍ସଙ୍କୁ ଉପହାରରେ କ’ଣ କ’ଣ ଦେଲେ ମୋଦି

ନୂଆଦିଲ୍ଲୀ,୨୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ଏହି ସମୟରେ, ଭୋକାଲ ଫର ଲୋକାଲର ଏକ ଗିଫ୍ଟ ଗେଟ୍ସଙ୍କୁ ଦେଇଛନ୍ତି। ଯେଉଁଥିରେ...

ପିତାଙ୍କ କବର ନିକଟରେ ପୋତି ଦିଆଯିବ ମୁଖତାର ଅନସାରୀଙ୍କ ମୃତଦେହ

ଲକ୍ଷ୍ନୌ,୨୯।୩: ପୂର୍ବତନ ବିଧାୟକ ମୁଖତାର ଅନସାରଙ୍କର ଗୁରୁବାର (୨୮ ମାର୍ଚ୍ଚ) ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ସାରା ରାଜ୍ୟରେ ଧାରା...

ଆମ ପିଲା ବହୁତ ଆଡ୍‌ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI

ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା...

ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ୧.୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍

ଭୁବନେଶ୍ୱର,୨୯ା୩: ଆୟକର ବିଭାଗ କଂଗ୍ରେସକୁ ୧,୭୦୦ କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ...

ବାପାଙ୍କ ମୃତ୍ୟୁଖବର ଶୁଣି ଚେୟାରରୁ ଗଳି ପଡିଲେ ପୁଅ

ଲକ୍ଷ୍ନୌ,୨୯।୩: ଉତ୍ତରପ୍ରଦେଶର ପ୍ରଖ୍ୟାତ ମାଫିଆ ମୁଖତାର ହୃଦ୍‌ଘାତରେ ମୃତ୍ୟୁବରଣ କରିଛନ୍ତି। ଜେଲ୍‌ରେ ଥିବାବେଳେ ତାଙ୍କର ହୃଦ୍‌ଘାତ ହୋଇଥିଲା। ତାଙ୍କର ଜଣେ ପୁଅ ଅବ୍ବାସ ବର୍ତ୍ତମାନ କସଗଞ୍ଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri