ରାଜ୍ୟ ଭାଜପା ପକ୍ଷରୁ କରାଯିବ ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଶନିବାର ପୂରଣ ହେବ। ଏହି ବର୍ଷକ ମଧ୍ୟରେ ମୋଦି ସରକାର ବହୁ ବଡ଼ବଡ଼ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବାରେ ସଫଳ ହୋଇଛନ୍ତି। ମୋଦି ସରକାରଙ୍କ ଏହି ସମସ୍ତ ସଫଳତାର ବାର୍ତ୍ତା ଲୋକମାନଙ୍କ ନିକଟରେ ରାଜ୍ୟ ଭାଜପା ନେତାମାନେ ଆସନ୍ତା ସପ୍ତାହେ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ପହଞ୍ଚାଇବେ। ‘ଭୋକାଲ ଫର୍‌ ଲୋକାଲ’କୁ ଗୁରୁତ୍ୱ ଦେଇ ସ୍ଥାନୀୟ ତଥା ସ୍ବଦେଶୀ ସାମଗ୍ରୀର ବ୍ୟବହାର ନିମନ୍ତେ ସମସ୍ତ କାର୍ଯ୍ୟକର୍ତ୍ତା ସଂକଳ୍ପ ନେବେ ବୋଲି ଭାଜପା ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି।
ଗୋଲକ କହିଛନ୍ତି ଯେ, ମୋଦି ସରକାରଙ୍କ ପ୍ରଥମ ବର୍ଷର ପ୍ରମୁଖ ଉପଲବ୍ଧିର ବ୍ୟାପକ ପ୍ରଚାର ଓ ପ୍ରସାର କରାଯିବ। ଭର୍ଚୁଆଲ ରାଲି ମାଧ୍ୟମରେ ରାଷ୍ଟ୍ରୀୟ ତଥା ରାଜ୍ୟସ୍ତରୀୟ ପ୍ରମୁଖ ନେତୃବୃନ୍ଦମାନେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଏବଂ ସାଧାରଣ ଜନତାଙ୍କ ସହ ଯୋଡିହୋଇ ଚର୍ଚ୍ଚା, ଆଲୋଚନା କରିବେ। ରାଜ୍ୟର ସମସ୍ତ ପ୍ରମୁଖ ସ୍ଥାନରେ ଖବରଦାତା ସମ୍ମିଳନୀ ଆୟୋଜନ ହେବ। ପ୍ରଧାନମନ୍ତ୍ରୀ, ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସମେତ ପ୍ରମୁଖ ନେତୃବୃନ୍ଦଙ୍କ ବାର୍ତ୍ତା ଏବଂ କେନ୍ଦ୍ର ସରକାରଙ୍କ ଉପଲବ୍ଧିକୁ ବିଭିନ୍ନ ଗଣମାଧ୍ୟମ ଜରିଆରେ ସାଧାରଣ ଲୋକଙ୍କ ପାଖକୁ ପହଞ୍ଚାଯିବ। ଓଡ଼ିଶାରେ ଏହି ସମସ୍ତ କାର୍ଯ୍ୟକ୍ରମ ସୁଚାରୁରୂପେ ପାଳନ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି ା ରାଜ୍ୟ ସଂଯୋଜକ ଭାବେ ପୃଥ୍ବୀରାଜ ହରିଚନ୍ଦନ ଏବଂ ଅନନ୍ତ ନାୟକଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି ା ରାଜ୍ୟରେ କାର୍ଯ୍ୟକ୍ରମର ରୂପରେଖ ପ୍ରସ୍ତୁତି ପାଇଁ ବିଧାୟକ ବିଷ୍ଣୁ ସେଠୀ ଓ ରାଜ୍ୟ ସମ୍ପାଦକ ଯତୀନ ମହାନ୍ତିଙ୍କୁ ମିଳିତଭାବେ ଦାୟିତ୍ୱ ଦିଆଯାଇଛି। ସାମାଜିକ ଗଣମାଧ୍ୟମ ଜରିଆରେ ପ୍ରଚାର ଓ ପ୍ରସାରର ଦାୟିତ୍ୱ ଲେଖାଶ୍ରୀ ସାମନ୍ତସିଂହାର ତୁଲାଇବେ। ରାଜ୍ୟରେ ଅନୁଷ୍ଠିତ ହେବାକୁ ଥିବା ଭର୍ଚୁଆଲ୍‌ ରାଲି ପାଇଁ ରାଜ୍ୟ ସାଧାରଣ ସମ୍ପାଦକ ରଞ୍ଜନ ପଟେଲ ଓ କାଳିନ୍ଦୀ ସାମଲ ଦାୟିତ୍ୱ ନେଇଛନ୍ତ ବୋଲି ଗୋଲକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri