Posted inଖେଳ

ମୋଦି ହିଁ ପ୍ରଥମେ ଇଂଲଣ୍ଡ ପ୍ରଧାନମନ୍ତ୍ରୀଙ୍କୁ ଆସେସ୍‌ ମ୍ୟାଚ୍‌ ବିଜୟର ଦେଇଥିଲେ ସୂଚନା

ଲିଡ୍ସ, ୨୭ା୮: ତୃତୀୟ ଆଶେସ କ୍ରିକେଟ ଟେଷ୍ଟ ମ୍ୟାଚରେ ବେନ ଷ୍ଟୋକ୍ସଙ୍କ ଲଢୁଆ ଅପରାଜିତ ଶତକ (୧୩୫*) ଯୋଗୁ ଇଂଲଣ୍ଡ ୧ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡର ପରାଜୟ ନିଶ୍ଚିତ ଲାଗୁଥିଲେ ମଧ୍ୟ ଷ୍ଟୋକ୍ସ ଏବଂ ଜ୍ୟାକ୍‌ ଲିଚଙ୍କ ମଧ୍ୟରେ ଶେଷ ଉଇକେଟ୍‌ ପାର୍ଟନରସିପ୍‌ ମ୍ୟାଚର ଗତିପଥ ବଦଳାଇଦେଇଥିଲା। ଏହି ରୋମାଞ୍ଚକ ମ୍ୟାଚର ଫଳାଫଳ ସୂଚନା ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଂଲଣ୍ଡ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କୁ ଜଣାଇଥିଲେ। ଉଭୟ ନେତା ଫ୍ରାନ୍ସରେ ଚାଲିଥିବା ଜି-୭ ବୈଠକରେ ଭାଗନେବା ଅବସରରେ ଇଂଲଣ୍ଡ ଜିତିଥିଲା। ମୋଦି ତୁ୍‌ରନ୍ତ ଏକଥା ଜାଣି ବୋରିସ୍‌ଙ୍କୁ ଅଭିନନ୍ଦନ ଜଣାଇଥିଲେ। ପରେ ଇଂଲଣ୍ଡ ପ୍ରଧାନମନ୍ତ୍ରୀ ଆଇପ୍ୟାଡ୍‌ ମଗାଇ ମ୍ୟାଚ୍‌ ସ୍କୋର ଦେଖିଥିଲେ। ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ସିରିଜ ୧-୧ ସ୍ତରକୁ ଚାଲିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri