ମୋବାଇଲ କିଣି ନ ଦେବାରୁ ପୁଅ କଲା ଆତ୍ମହତ୍ୟା

ପଟ୍ଟାଙ୍ଗି,୧୯ା୫(ଡି.ଏନ.ଏ)-ବାପା ମୋବାଇଲ୍‌ କିଣି ନ ଦେବାରୁ ପୁଅ(୧୪) ଆତ୍ମହତ୍ୟା କରିବା ପରି ଘଟଣା କୋରାପୁଟ ଜିଲା ପଟାଙ୍ଗି ଥାନା ତଥା ସେମିଳିଗୁଡା ବ୍ଲକ ଅଞ୍ଚଳରେ ଘଟିଛି। ଖବରରୁ ଜଣାପଡିଛି ସେମିଳିଗୁଡ଼ା ବ୍ଲକ୍‌ର ମରୁଆ ଗ୍ରାମର ବିଶ୍ୱନାଥ ଗେମେଲଙ୍କ ପୁଅ ରାଜେନ୍ଦ୍ର। ରେଙ୍ଗା ଆଶ୍ରମ ବିଦ୍ୟାଳୟରେ ନବମ ଶ୍ରେଣୀରେ ପଢ଼ୁଥିଲେ। କରୋନା ଯୋଗୁ ସ୍କୁଲ ଛୁଟି ହେବାପରେ ଗାଁକୁ ଫେରିଥିଲେ। ମୋବାଇଲ୍‌ଟିଏ କିଣିଦେବା ପାଇଁ ସେ ବାପାଙ୍କୁ କହିଥିଲେ। ଏଥିରେ ବାପା ରାଜି ହେଉ ନ ଥିଲେ। ଏନେଇ ରାଜେନ୍ଦ୍ର ବାରମ୍ବାର ଜିଦ୍‌ କରୁଥିଲେ। ସୋମବାର ମାଆବାପା ଜମିକୁ କାମ କରିବାକୁ ଯାଇଥିବା ବେଳେ ଏହି ସୁଯୋଗରେ ରାଜେନ୍ଦ୍ର ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଘରକୁ ଫେରିବା ପରେ ଘଟଣା ବିଷୟରେ ଜାଣିବାକୁ ପାଇଥିଲେ। ଖବର ପାଇ ପଟ୍ଟାଙ୍ଗି ଏସ୍‌ଆଇ ଗୋଲକ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥଲେ। ମଙ୍ଗଳବାର ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି। ଏ ନେଇ ପଟ୍ଟାଙ୍ଗି ଥାନାରେ କେସ୍‌ ନଂ. ୫/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥର ଆରଟିଓ ଅଫିସ ନିକଟରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସୌଭାଗ୍ୟବଶତଃ ଟ୍ରକ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ…

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri