The dead man's body. Focus on hand
ଭବାନୀପାଟଣା,୧୫।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ମେର୍ଘରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ମୋବାଇଲ ଚାର୍ଜ କଲାବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୁରେନ୍ଦ୍ର ମାଝି, ବୟସ (୨୦)। ଗୁରୁତର ଅବସ୍ଥାରେ ତାଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଉଥିବା ବେଳେ ରାସ୍ତାରେ ସୁରେନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।