ମୋବାଇଲ ଫାଟି ଶ୍ରମିକ ମୃତ

ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ୍‌ ଥାନା ଅଧୀନ ଅଠରବାଙ୍କି ଲକ୍‌ଫଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟରେ ମୋବାଇଲ ଫାଟିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ଅଞ୍ଚଳର ମୁନା ପ୍ରଧାନ(୩୫)। ସେ ସଂଘ କାର୍ଯ୍ୟାଳୟ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ପ୍ରାୟ ଏକ ମାସ ହେବ କାର୍ଯ୍ୟ କରୁଥିଲେ। ରବିବାର ରାତିରେ ଶୋଇଥିବାବେଳେ ମୋବାଇଲ ଛାତିରେ ରଖି ଚାର୍ଜ କରୁଥିଲେ। ଏହି ସମୟରେ ମୋବାଇଲଟି ଫାଟି ଯିବାରୁ ତାଙ୍କ ମୁହଁ ସମେତ ଛାତି ପୋଡ଼ି ଯାଇଥିଲା। ଏହାର କିଛି ସମୟ ପରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ସୋମବାର ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ଘଟଣାର ତଦନ୍ତ କରିଛନ୍ତି। ଏଥିସହିତ ସାଇଣ୍ଟିଫିକ୍‌ ଟିମ୍‌ ଓ ପୋଲିସ ସେଠାରେ ଥିବା ଅନ୍ୟ ଦୁଇ ଜଣଙ୍କୁ ପଚରାଉଚରା କରିଛନ୍ତି। ସେମାନେ କହିଛନ୍ତି, ରାତିରେ ସଂଘ କାର୍ଯ୍ୟାଳୟର ଉପର ଘରେ ୩ଜଣ ଅଲଗା ଭାବେ ଶୋଇଥିଲେ। ମୁନା ମୋବାଇଲରେ ଚାର୍ଜର ଲଗାଇ ବ୍ୟବହାର କରୁଥିଲେ। ସେହି ଭିତରେ ନୀଦ ଲାଗିବାରୁ ମୋବାଇଲକୁ ଛାତି ଉପରେ ରଖି ଶୋଇ ପଡ଼ିଥିଲେ। ପରେ ମୋବାଇଲ ଗରମ ହୋଇ ଫାଟିଥିଲା। ପ୍ରଚଣ୍ଡ ଶବ୍ଦ ଶୁଣି ଆମେ ଉଠି ପଡ଼ିଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri