Posted inପୁରୀ

ମୋ’ବେଳାଭୂମିରେ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୦ା୭(ଡି.ଏନ୍‌.ଏ.)-ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ମୋ’ ବେଳାଭୂମି ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ଉପକୂଳସ୍ଥିତ ପର୍ଯ୍ୟଟନ ସ୍ଥଳଗୁଡ଼ିକରୁ ଆବର୍ଜନା ମୁକ୍ତ ପାଇଁ ଅଭିଯାନ ଆରମ୍ଭ ହୋଇଯାଇଛି। ବ୍ଲକର ବିଜୁ ଯୁବ ବାହିନୀ ତରଫରୁ ସାତପଡା ଚିଲିକା ଉପକୂଳରେ ମଙ୍ଗଳବାର ଆୟୋଜିତ କାର୍ଯ୍ୟକ୍ରମକୁ କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି ଉଦ୍‌ଘାଟନ କରିଥିଲେ ା ସହକାରୀ ଯନ୍ତ୍ରୀ ଇଂ. ପ୍ରସନ୍ନ କୁମାର ସ୍ବାଇଁ, ବିଜୁ ଯୁବ ବାହିନୀ ସଂଯୋଜକ ମାନସ କୁମାର ନାୟକ ପ୍ରମୁଖ ସହଯୋଗ କରିଥିଲେ ା ସେହିଭଳି ଘିମୁଦା ଜେଟିଠାରେ ଯୁବ ବାହିନୀ ସମ୍ପାଦକ ଅନିଲ କୁମାର ସିଂଙ୍କ ନେତୃତ୍ୱରେ ସଫେଇ ହୋଇଥିଲା। ଜହ୍ନିକୁଦା ଘାଟ ପେଣ୍ଠ, ରାୟପୁର, ଗବକୁଣ୍ଡ, ଅରଖକୁଦା ଆଦି ଅଞ୍ଚଳକୁ ଆବର୍ଜନା ମୁକ୍ତ କରାଯିବା ସହ ମଇଳା ଅନ୍ୟଆଡ଼େ ନ ପକାଇ ଡଷ୍ଟବିନ୍‌ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ

ପୁରୀ,୬ା୨(ଅଜିତ୍‌ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍‌ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ପୁରୀରେ ରାଷ୍ଟ୍ରପତି: କାଲି ଶ୍ବେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ,୩।୨: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍‌ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri