‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମର ଶୁଭାରମ୍ଭ: ପୁଷ୍ଟିହୀନମୁକ୍ତ ପଞ୍ଚାୟତକୁ ମିଳିବ ପୁରସ୍କାର

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ରାଜ୍ୟରେ ୨୦୦୫-୦୬ ବେଳକୁ ଶିଶୁ ମୃତ୍ୟୁହାର ୬୫% ଥିବାବେଳେ ୨୦୧୫-୧୬ ବେଳକୁ ହ୍ରାସ ପାଇ ୪୦%ରେ ପହଞ୍ଚତ୍ଛି। ଶିଶୁ ମୃତ୍ୟୁର ପ୍ରମୁଖ କାରଣ ପୁଷ୍ଟିହୀନତା। ରାଜ୍ୟକୁ ପୁଷ୍ଟିହୀନମୁକ୍ତ କରିବା ପାଇଁ ‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ଯୋଜନାରେ ଲୋକେ ପନିପରିବା ବାଡ଼ିବଗିଚାରେ ଲଗାଇପାରିବେ। ସରକାର ଲୋକଙ୍କୁ ମଞ୍ଜି ବାଣ୍ଟିବା ସହ ପ୍ରଶିକ୍ଷଣ ଦେବେ। ଏହାଦ୍ୱାରା ଲୋକେ ଜୈବିକ ପନିପରିବା ପାଇପାରିବେ ଏବଂ ରାଜ୍ୟକୁ ପୁଷ୍ଟିହୀନମୁକ୍ତ କରିହେବ ବୋଲି ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ଅଜିମ୍‌ ପ୍ରେମ୍‌ଜୀ ଫିଲାନ୍‌ଥ୍ରୋପିକ ସଂସ୍ଥା ସହଯୋଗରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଏବଂ ରାଜ୍ୟ ଜୀବିକା ମିଶନ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ‘ପୁଷ୍ଟିସାର ପ୍ରୋତ୍ସାହନ ଅନ୍ତର୍ଜାତୀୟ କର୍ମଶାଳା’ ହୋଇଥିଲା। ଏହି ଅବସରରେ ମନ୍ତ୍ରୀ ଜେନା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।
ପୁଷ୍ଟିହୀନମୁକ୍ତ ପଞ୍ଚାୟତଗୁଡ଼ିକୁ ରାଜ୍ୟ ସରକାର ପୁରସ୍କୃତ କରିବେ ବୋଲି ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ କୁମାର ସିଂହ କହିଥିଲେ। ‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମରେ ମହିଳାମାନେ ଚାଷବାସର ନିଷ୍ପତ୍ତି ନେବାରେ ଅଂଶଗ୍ରହଣ କରିବେ ବୋଲି କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ କହିଥିଲେ। ପୁଷ୍ଟିହୀନତା ଦୂର ଲାଗି ବିଭାଗଗୁଡ଼ିକ ମଧ୍ୟରେ ସମନ୍ବୟ ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବ ଅନୁ ଗର୍ଗ ଗୁରୁତ୍ୱ ଦେଇଥିଲେ। କର୍ମଶାଳାରେ ଅଜିମ୍‌ ପ୍ରେମ୍‌ଜୀ ଫିଲାନ୍‌ଥ୍ରୋପିକ ସିଇଓ ଆନନ୍ଦ ସ୍ବାମୀନାଥନଙ୍କ ସମେତ ବାଂଲାଦେଶ ଓ ଫିଲିପାଇନ୍ସ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ‘ସୌହାର୍ଦ୍ଦୋ’ କାର୍ଯ୍ୟକ୍ରମ ମାଧ୍ୟମରେ ବାଂଲାଦେଶ ସରକାର କିପରି ଲିଙ୍ଗଗତ ନିର୍ବିଶେଷରେ ଖାଦ୍ୟ ଓ ପୁଷ୍ଟିର ସୁରକ୍ଷା ହାସଲ କରିପାରିଛନ୍ତି, ସେ ବିଷୟରେ ବାଂଲାଦେଶ ସରକାରଙ୍କ ପ୍ରତିନିଧି କହିଥିଲେ। ରାଜ୍ୟ ଜୀବିକା ମିଶନର ନିର୍ଦ୍ଦେଶକ ସ୍ମୃୃତି ରଞ୍ଜନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri