ମୋ ଗେହ୍ଲା ଝିଅ, ନିର୍ଭୟ କଢ଼ି କାର୍ଯ୍ୟକ୍ରମ: ଅଷ୍ଟମ ଶ୍ରେଣୀ ଛାତ୍ରୀ ମାମାଲି ବ୍ରାଣ୍ଡ ଆମ୍ବାସଡର

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ମୋ’ ଗେହ୍ଲାଝିଅ ଓ ନିର୍ଭୟ କଢ଼ି କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ ହେଉଛି। କନ୍ୟା ସନ୍ତାନ ଜନ୍ମ ଦେଉଥିତ୍ବା ମା’ମାନଙ୍କୁ ସମ୍ବର୍ଦ୍ଧନା ଦେବା ଠାରୁ ଆରମ୍ଭ କରି ଦଶମ ଓ ଦ୍ୱାଦଶ ଶ୍ରେଣୀରେ ଟପ୍‌ରେ ଥିବା ଛାତ୍ରୀ ଓ ବାଲ୍ୟ ବିବାହକୁ ମନା କରିଥିବା ନାବାଳିକାଙ୍କୁ ପ୍ରଶାସନ ସମ୍ବର୍ଦ୍ଧିତ କରୁଛି। ସୋରଡା ଅଞ୍ଚଳର ଅଷ୍ଟମ ଶ୍ରେଣୀ ଛାତ୍ରୀ ମାମାଲି ଅଧିକାରୀ ବାଲ୍ୟ ବିବାହକୁ ନ ମାନି ସାହସ ଜୁଟାଇ ପାଠ ପଢିବା ପାଇଁ ଜିଲାପାଳଙ୍କ ନିକଟରେ ନିଜ ଇଚ୍ଛା ପ୍ରକାଶ କରିଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇଥିଲ। ମଙ୍ଗଳବାର ଛତ୍ରପୁରସ୍ଥିତ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ମୋ ଗେହ୍ଲା ଝିଅ ଓ ନିର୍ଭୟ କଢି କାର୍ଯ୍ୟକ୍ରମରେ ଏଥିପାଇଁ ମାମାଲିଙ୍କୁ ପ୍ରଶାସନ ସମ୍ବର୍ଦ୍ଧିତ କରିଛି। ଏଥିସହ ମାମାଲିଙ୍କୁ ମୋ ଗେହ୍ଲା ଝିଅ ଓ ନିର୍ଭୟ କଢି କାର୍ଯ୍ୟକ୍ରମ ପାଇଁ ଜିଲାରେ ବ୍ରାଣ୍ଡ ଆମ୍ବାସଡର କରାଯାଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି। ତାଙ୍କୁ ହଷ୍ଟେଲରେ ରଖାଯାଇ ପାଠପଢା ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ଏହି କାର୍ଯ୍ୟକ୍ରମ ଅବସରରେ ଜିଲାରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ୨୧ ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ା ବାଲ୍ୟ ବିବାହକୁ କିଭଳି କିଶୋରୀମାନେ ମନା କରିବେ ତାହା ସଚେତନ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ବିଦ୍ୟାଳୟରେ କିଶୋରୀମାନଙ୍କ ସହ ଏ ସମ୍ପର୍କରେ ଆଲୋଚନା କରିବାକୁ ହେବ ବୋଲି କୁହାଯାଇଛି। ସ୍ବାସ୍ଥ୍ୟ, ସ୍କୁଲ ଓ ଗଣଶିକ୍ଷା ଏବଂ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ମିଳିତ ଭାବେ କାମ କଲେ ସମସ୍ତ କାର୍ଯ୍ୟ ସଫଳ ହେବ ବୋଲି ଜିଲାପାଳ କହିଥିଲେ ା ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡା, ସମଗ୍ର ଶିକ୍ଷା ଅଭିଯାନର ଡିପିସି ବିନୀତା ସେନାପତି, ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ, ଶିଶୁ କଲ୍ୟାଣ କମିଟି ସଦସ୍ୟ ହରିହର ପାଢୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ ଷଡଙ୍ଗୀ, ଶରତ ଚନ୍ଦ୍ର ମହାରଣା ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri