‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ଉଦ୍‌ଘାଟିତ: ପାଷ୍ଟିକ୍‌, ପଲିଥିନ ଛାଡ଼, ଗୋପାଳପୁର ଓ ବେଳାଭୂମି ସୁନ୍ଦର ରହିବ : ଜିଲାପାଳ

ଗୋପାଳପୁର,୯।୮: ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଭିନବ ପ୍ରୟାସରେ ‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ତଥା ବେଳାଭୂମି ସାମୂହିକ ସଫେଇ ଅଭିଯାନ ଆରମ୍ଭ ହୋଇଛି। ଶୁକ୍ରବାର ସକାଳେ ଜିଲାପାଳଙ୍କ ନେତୃତ୍ୱରେ ଗୋପାଳପୁର ବେଳାଭୂମି ସଫେଇ କାର୍ଯ୍ୟକ୍ରମ କରାଯାଇଛି। ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ସମ୍ମାନିତ ଅତିଥି ଭାବେ ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ବେହେରା ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ନିଜେ ଜିଲାପାଳ କୁଲାଙ୍ଗେଙ୍କ ସହ ଅତିଥି, ବରିଷ୍ଠ ନାଗରିକ ଓ ଛାତ୍ରୀଛାତ୍ରମାନେ ବେଳାଭୂମିରୁ ପ୍ଲାଷ୍ଟିକ, ପଲିଥିନ ଓ କାଚ ସଫା କରିଥିଲେ। ଏହି କାର୍ଯ୍ୟକ୍ରମ ୬ ଦିନ ଧରି ହେବାକୁ ଥିବା ବେଳେ ପାଷ୍ଟିକ୍‌ ଓ ପଲିଥିନ ଛାଡ଼, ବେଳାଭୂମି ସୁନ୍ଦର ରହିବ, ଆମ ଗୋପାଳପୁର ସ୍ବଚ୍ଛ ସୁନ୍ଦର ରହିଲେ ବ୍ୟବସାୟରେ ଉନ୍ନତି ଘଟିବ ବୋଲି ଜିଲାପାଳ କହିଥିଲେ। ଏହାସହ ପ୍ରତି ରବିବାର ବେଳାଭୂମିରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ ବୋଲି ଜଣାପଡିଛି। ଏହି ଅବସରରେ ବରିଷ୍ଠ ନାଗରିକ ଓ ଛାତ୍ରୀଛାତ୍ରୀ ବିଭିନ୍ନ ପ୍ଲାକାର୍ଡ ଧରି ଲୋକଙ୍କୁ ସଚେତନତା କରାଇବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁଦାମ ଚରଣ ମଣ୍ଡଳ, ଅତିରିକ୍ତ ଜିଲାପାଳ କବୀନ୍ଦ୍ର ସାହୁ, ଲକ୍ଷ୍ମୀକାନ୍ତ ସେଠୀ, ରଙ୍ଗେଇଲୁଣ୍ଡା ବିଡିଓ କୁମାର ନାଗଭୂଷଣ, କନିଷି ଭାରପ୍ରାପ୍ତ ତହସିଲଦାର ଅନିତା ସାହୁ, ଗୋପାଳପୁର ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଉମାଶଙ୍କର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri