ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ : ପଞ୍ଚାୟତ ସମସ୍ୟା ଜଣାଇଲେ ଲୋକେ

ଶେରଗଡ଼,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ କୁମାରପାଣି ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ର ଗୃହରେ ଗୁରୁବାର ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବ୍ଲକ ଅଧ୍ୟକ୍ଷ ସାରସ ସ୍ବାଇଁ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପଞ୍ଚାୟତର ବିଭିନ୍ନ ଗ୍ରାମରେ ଉପୁଜିଥିବା ସାମସ୍ୟାକୁ ଉପସ୍ଥାପନ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମକୁ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୁତ କୁଲାଙ୍ଗେ ଆରମ୍ଭ କରିଥିଲେ। ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାନୀୟ ଜଳ ସମସ୍ୟା, ପଞ୍ଚାୟତରେ ମାଗଣା ଔଷଧ ମିଳୁ ନ ଥିବା ଉପସ୍ଥିତ ଲୋକମାନେ ଅଭିଯୋଗ କରିଥିଲେ। ପରେ ସ୍ବାସ୍ଥ୍ୟ ବିଭାଗ, କୃଷି ବିଭାଗ, ଉଦ୍ୟାନ କୃଷି ବିଭାଗ, ମାଛ ଚାଷ, ପଶୁ ଚିକିତ୍ସା, ରାଜସ୍ବ ବିଭାଗରେ ହେଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ କୁହାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଡିଓ ସୁରଞ୍ଜନ କୁମାର ସାହୁ,ତହସିଲଦାର ଡ.ଦୟାସିନ୍ଧୁ ପରିଡ଼ା, ସହକାରୀ କୃଷି ଅଧିକାରୀ ସୁବ୍ରତ କୁମାର ବାରିକ, ମାଛ ଅଧିକାରୀ ଶୁଭ୍ରକାନ୍ତ ବାରିକ, ଉଦ୍ୟାନକୃଷି ବିଭାଗ ଅଧିକାରୀ ସୌରଭ ପାଣିଗ୍ରାହୀ, କୁମାରପାଣି ସରପଞ୍ଚ ଲଷ୍ମୀ ପ୍ରଧାନ, ସହକାରୀ ଯନ୍ତ୍ରୀ ମହୀନ୍ଦ୍ର କୁମାରଙ୍କ ସମେତ ବହୁ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri