‘ମୋ ଭୋଟ୍‌ ମୋ ଅଧିକାର’ ଆଲୋଚନାଚକ୍ର

ବାଲେଶ୍ୱର ଅଫିସ, ୨୬।୪-ସମଗ୍ର ଦେଶରେ ଗଣତନ୍ତ୍ରର ମହାପର୍ବ ନିର୍ବାଚନ-୨୦୧୯ ଚାଲୁଅଛି| ଓଡ଼ିଶାରେ ୩ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହୋଇଯାଇଥିବା ବେଳେ ଆସନ୍ତା ୨୯ତାରିଖରେ ବାଲେଶ୍ୱର ସମେତ କେତେକ ଜିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏକ ସୁନ୍ଦର ତଥା ସ୍ବଚ୍ଛ ଭାରତ ନିର୍ମାଣ ପାଇଁ ନିଜେ ମତଦାନ କରିବା ସହିତ ଅନ୍ୟମାନଙ୍କୁ ମତଦାନ ପୂର୍ବକ ସଠିକ୍‌ ପ୍ରାର୍ଥୀ ଚୟନ କରିବା ଉଦ୍ଦେଶ୍ୟରେ ଜ୍ଞାନଶ୍ରୀ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ କୁମାରୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ ‘ମୋ ଭୋଟ୍‌ ମୋ ଅଧିକାର’ ଶୀର୍ଷକ ଆଲୋଚନାଚକ୍ର କୁରୁଡ଼ାସ୍ଥିତ ଏକ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି ା

ଆଲୋଚନାଚକ୍ରରେ ବିଶିଷ୍ଟ ଚିତ୍ରଶିଳ୍ପୀ କେଶୁ ଦାସ, ବଣଧୂଳିର ଫୁଲ ଟ୍ରଷ୍ଟର ଅଧ୍ୟକ୍ଷ ସମାଜସେବୀ ବିଜୟ କୁମାର ଆଚାର୍ଯ୍ୟ, ଜ୍ଞାନଶ୍ରୀର ସମ୍ପାଦକ ପ୍ରଶାନ୍ତ କୁମାର ପଟେଲ, କାର୍ଯ୍ୟକାରୀ ସଦସ୍ୟ ସନ୍ଦୀପ ପ୍ରଧାନ, ସଦସ୍ୟ ଭବାନୀ ଶଙ୍କର ନାୟକ ପ୍ରମୁଖ ଯୋଗଦେଇ ମତଦାନର ଆବଶ୍ୟକତା ସମ୍ବନ୍ଧରେ ଆଲୋଚନା କରିଥିଲେ। ପ୍ରାର୍ଥୀମାନଙ୍କ ଦ୍ୱାରା କୌଣସି ପ୍ରଲୋଭନର ଶିକାର ନ ହୋଇ ଅନ୍ୟମାନଙ୍କୁ ମତଦାନ କରିବା ତଥା ସଠିକ୍‌ ପ୍ରାର୍ଥୀ ଚୟନ କରିବାକୁ ପରାମର୍ଶ ଦେଇଥିଲେ। ଏହି ଆଲୋଚନାଚକ୍ରକୁ ସଙ୍ଗଠନର ଉପଦେଷ୍ଟା କବି ଜଳଧର ପଣ୍ଡା ସଂଯୋଜନା କରିଥିଲେ। ସଦସ୍ୟ ରାଜୀବ କୁମାର ମିଶ୍ର ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ କୁମାରୀର ସଦସ୍ୟା ଅଂଶଗ୍ରହଣ କରି ମତବ୍ୟକ୍ତ କରିଥିଲେ। ସଦସ୍ୟା ଶ୍ରଦ୍ଧାଞ୍ଜଳି ବିଶ୍ୱାଳ, କବିତା  ଜେନା, ମୀନତି ଦାସ, ମଧୁସ୍ମିତା ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri